ପ୍ରକାଶ ପାଇଲା ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ: ରାତି ୮ ଟାରୁ ଓ୍ଵେବସାଇଟ୍ ରେ ହେବ ଉପଲବ୍ଧ

Published: Jul 31, 2021, 7:47 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ www.orissaresults.nic.in ଓ୍ଵେବସାଇଟ୍ ରେ ଆଜି ରାତି ୮ ଟାରୁ ନିଜର ପରୀକ୍ଷା ଫଳ ଦେଖିପାରିବେ। ବିଜ୍ଞାନରେ ୯୫.୧୫ ପ୍ରତିଶତ ଛାତ୍ରଛାତ୍ରୀ ପାସ କରିଛନ୍ତି। ସେହିଭଳି ବାଣିଜ୍ୟରେ ୯୪.୯୬ ପ୍ରତିଶତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଚଳିତ ବର୍ଷ ଛାତ୍ରମାନଙ୍କ ଠାରୁ ଛାତ୍ରୀମାନେ ଭଲ ସଫଳତା ପାଇଛନ୍ତି। ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ପରୀକ୍ଷା ଫଳ ଉନ୍ମୋଚିତ କରି ଏହା ଘୋଷଣା କରିଛନ୍ତି। ପରୀକ୍ଷା ଫଳରେ ଅସନ୍ତୁଷ୍ଟ ଛାତ୍ରଛାତ୍ରୀମାନେ କରୋନା ସ୍ଥିତି ସୁଧୁରିଲାପରେ ଅଫଲାଇନରେ ପରୀକ୍ଷା ଦେଇପାରିବେ। ଏନେଇ ଉଚ୍ଚ ମାଧ୍ୟମିକ ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷାକୁ ବାତିଲ କରାଯାଇଥିଲା। ତେବେ କଳା ଓ ଧନ୍ଦାମୂଳକ ପାଠ୍ୟକ୍ରମର ଫଳ ପରବର୍ତ୍ତୀ ପର୍ଯ୍ୟାୟରେ ପ୍ରକାଶ ପାଇବ ବୋଲି ସୂଚନା ମିଳିଛି।

Related posts