Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉପେନ୍ଦ୍ର ତ୍ରିପାଠୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ନୂଆ ଦାୟିତ୍ଵ: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଭାବେ ହେଲେ ନିଯୁକ୍ତ
ଆଜିର ଖବର

ଉପେନ୍ଦ୍ର ତ୍ରିପାଠୀଙ୍କୁ ମୁଖ୍ୟମନ୍ତ୍ରୀ ଦେଲେ ନୂଆ ଦାୟିତ୍ଵ: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ଉପଦେଷ୍ଟା ଭାବେ ହେଲେ ନିଯୁକ୍ତ

August 2, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ଉପଦେଷ୍ଟା ତଥା ସଭାପତି ଭାବେ ଅବସରପ୍ରାପ୍ତ ଆଇଏଏସ୍ ଉପେନ୍ଦ୍ର ତ୍ରିପାଠୀ ନିଯୁକ୍ତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କୁ ଏହି ନିଯୁକ୍ତି ଦେଇଛନ୍ତି । ବର୍ତ୍ତମାନ ଶ୍ରୀ ତ୍ରିପାଠୀ ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ଉପଦେଷ୍ଟା (ଶିକ୍ଷା) ଭାବେ କାର୍ଯ୍ୟ କରୁଛନ୍ତି। ୧୯୮୦ ବ୍ୟାଚ କର୍ଣ୍ଣାଟକ କ୍ୟାଡରର ଆଇଏଏସ୍ ହେଉଛନ୍ତି ଉପେନ୍ଦ୍ର ତ୍ରିପାଠୀ।

ପୂର୍ବରୁ ଆଦର୍ଶ ବିଦ୍ୟାଳୟ ସଂଗଠନ ନେଇ ତାଙ୍କର ଅଭିଜ୍ଞତା ରହିଛି। ୧୯୯୯-୨୦୦୧ ପର୍ଯ୍ୟନ୍ତ ସେ କର୍ଣ୍ଣାଟକ ସରକାରରେ ଜନ ନିର୍ଦ୍ଦେଶାଳୟର କମିସନର ଭାବେ ରହିଥିବାବେଳେ ୩ ଲକ୍ଷ ଶିକ୍ଷକଙ୍କ ସମେତ ପ୍ରାୟ ୧ କୋଟି ଛାତ୍ରଙ୍କୁ ସେ ଶିକ୍ଷାର ନୂଆ ଦିଶା ଏବଂ ଦିଗଦର୍ଶନ ପ୍ରଦାନ କରିଥିଲେ। ଆଧୁନିକ ବୈଷୟିକ ଜ୍ଞାନକୌଶଳ ଉପଯୋଗ କରିବା ସହ ଶିକ୍ଷା କ୍ଷେତ୍ରରେ ଏକ ଅୟମାରମ୍ଭ କରିବାରେ ଶ୍ରୀ ତ୍ରିପାଠୀଙ୍କ ଯଥେଷ୍ଟ ଭୂମିକା ରହିଥିଲା। ଏହାସହ ଇଣ୍ଟରନ୍ୟାସନାଲ୍ ସୋଲାର୍ ଆଲିଆନ୍ସର ପ୍ରତିଷ୍ଠାତା ନିର୍ଦ୍ଦେଶକ ଭାବେ ବିଶ୍ୱସ୍ତରରେ ପ୍ରଥମଥର ପାଇଁ ଏକ ନୂଆ ଅଧ୍ୟାୟ ସୃଷ୍ଟି କରିପାରିଛନ୍ତି।

ସୂଚନା ଯୋଗ୍ୟ ଯେ, ଗତ ଜୁନ୍ ୩ ତାରିଖରେ ତତ୍କାଳୀନ ଉପଦେଷ୍ଟ ବିଜୟ କୁମାର ସାହୁଙ୍କ କରୋନାରେ ଦେହାନ୍ତ ପରେ ଏହି ପଦବୀ ଖାଲି ପଡ଼ିଥିଲା।

ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Latest News

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026

ରାଜ୍ୟସଭା ନିର୍ବାଚନ: ଓଡ଼ିଶା, ବିହାର ଏବଂ ହରିୟାଣାରେ କଡ଼ା ପ୍ରତିଦ୍ୱନ୍ଦ୍ୱିତା, ଜାଣନ୍ତୁ ସଂଖ୍ୟା ଖେଳ

March 16, 2026

ରାଜ୍ୟସଭା ନିର୍ବାଚନ ପାଇଁ ଆରମ୍ଭ ହେଲା ମତଦାନ, ବିଧାନସଭାରେ ବିଧାୟକମାନେ ଦେଉଛନ୍ତି ଭୋଟ

March 16, 2026

କଟକ ଏସସିବି ଅଗ୍ନିକାଣ୍ଡ ଘଟଣାରେ ଦୁଃଖ ପ୍ରକାଶ କଲେ ନବୀନ ପଟ୍ଟନାୟକ, କହିଲେ….

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.