ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୦ ହଜାର ୫୪୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୨୨ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୬ ଲକ୍ଷ ୯୨ ହଜାର ୯୮୦ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୫ ହଜାର ୧୯୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୮ ଲକ୍ଷ ୯୬ ହଜାର ୩୫୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୪ ହଜାର ୯୫୮ ଆକ୍ଟିଭ୍ କେସ୍ ରହିଛି।