ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୬ ହଜାର ୧୦୨ କୁ ବୃଦ୍ଧି

Published: Aug 3, 2021, 11:19 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୧୦୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଜିଲ୍ଲାରୁ ୯ ଜଣ, ପୁରୀ ଜିଲ୍ଲାରୁ ୭ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୬ ଜଣ, ବାଲେଶ୍ଵର, ଭଦ୍ରକ, ଜଗତସିଂହପୁର, ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର, କଳାହାଣ୍ଡି ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀରି ଓ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୦ ହଜାର ୮୬୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୬୦ ହଜାର ୩୮୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୪ ହଜାର ୩୨୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୩୪ କୁ ବୃଦ୍ଧି ହୋଇଛି।

Related posts