ଓଡିଶା ଷ୍ଟାଫ ସିଲେକ୍ସନ କମିଶନ ଦୁର୍ନୀତି ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କଲା ଯୁବମୋର୍ଚ୍ଚା

Published: Aug 3, 2021, 10:42 pm IST

ଭୁବନେଶ୍ୱର, ଓଡିଶା ସରକାରଙ୍କ ଷ୍ଟାଫ ସିଲେକ୍ସନ କମିଶନ ଦୁର୍ନିତି ବିରୋଧରେ ଆଜି ଯୁବମୋର୍ଚ୍ଚା ତରଫରୁ ବିକ୍ଷୋଭ କରାଯାଇଛି। ଯୁବମୋର୍ଚ୍ଚା ରାଜ୍ୟ ସଭାପତି ଇରାସିସ ଆଚାର୍ଯ୍ୟ ନେତୃତ୍ବରେ ଏହି ବିକ୍ଷୋଭ କରାଯାଇଛି। ଏହି ଘଟଣାରେ ସଂପୃକ୍ତ ଅନ୍ୟ ଅପରାଧୀମାନଙ୍କୁ ତୁରନ୍ତ ତଦନ୍ତ ପରିସରଭୃକ୍ତ କରାଯାଉ। ଏହି ଘଟଣାର ତଦନ୍ତ ଭାର ସିବିଆଇକୁ ଦିଆଯାଉ ବୋଲି ଶ୍ରୀ ଆଚାର୍ଯ୍ୟ ଦାବି କରିଛନ୍ତି।

ଭୁବନେଶ୍ୱରର ମାଷ୍ଟରକ୍ୟାଂଟିନ ଛକ ଠାରେ ଜିଲ୍ଲା ଯୁବମୋର୍ଚ୍ଚା ପକ୍ଷରୁ ମଧ୍ୟ ଜିଲ୍ଲା ସଭାପତି ରଶ୍ମିରଂଜନ ମହାପାତ୍ର ନେତୃତ୍ୱରେ ବିକ୍ଷୋଭ କରାଯାଇଥିଲା। ଏହି ଅବସରରେ ଯୁବମୋର୍ଚ୍ଚା ରାଷ୍ଟ୍ରୀୟ ଉପାଧ୍ୟକ୍ଷା ଅର୍ପିତା ଅପରାଜିତା ବଡଜେନା, ଯୁବମୋର୍ଚ୍ଚା ପ୍ରଭାରୀ ତଥା ସାଧାରଣ ସଂପାଦକ ଦୀପକ ଗୋଚ୍ଛାୟତ, ପ୍ରକାଶ ଦଳେଇ, ରାଜ୍ୟ ସଂଯୋଜକ ସୁଜିତ ସାହୁ, ସଂଗ୍ରାମ ପାତ୍ର, ପ୍ରତୀକ୍ଷା ଆଚାର୍ଯ୍ୟ, ସୁବ୍ରତ ବିଶ୍ୱାଳ, ରତନ ଦିଗାଲଙ୍କ ସମେତ ଯୁବମୋର୍ଚ୍ଚା କାର୍ଯ୍ୟକର୍ତା ପ୍ରମୁଖ ଉପସ୍ଥିତ ଥିଲେ ।

Related posts