ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୬ ହଜାର ୧୬୮ କୁ ବୃଦ୍ଧି

Published: Aug 4, 2021, 11:03 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୧୬୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୮ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୦ ଜଣ, ପୁରୀ ଜିଲ୍ଲାରୁ ୯ ଜଣ, ମୟୂରଭଞ୍ଜ ଜିଲ୍ଲାରୁ ୬ ଜଣ, ଅନୁଗୁଳ ଜିଲ୍ଲାରୁ ୫ ଜଣ, ଯାଜପୁର, ଝାରସୁଗୁଡା ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଭଦ୍ରକ, ବଲାଙ୍ଗୀରି, ନୟାଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୨ ହଜାର ୧୮୧ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୬୨ ହଜାର ୮୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩ ହଜାର ୮୭୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୧୬୮ କୁ ବୃଦ୍ଧି ହୋଇଛି।

Related posts