ଖୁସି ଖବର: ଏଣିକି ଏହି ତାରିଖରୁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ

Published: Aug 4, 2021, 9:28 pm IST

ପୁରୀ: ଆଜି ଶ୍ରଦ୍ଧାଳୁଙ୍କ ପାଇଁ ଏକ ଖୁସି ଖବର ମିଳିଛି। ଏଣିକି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ। ଆସନ୍ତା ୧୬ ତାରିଖରୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଶ୍ରଦ୍ଧାଳୁଙ୍କୁ ଅନୁମତି ମିଳିଛି।

ସେଥିପାଇଁ ଏକ ମାର୍ଗଦର୍ଶିକା ଜାରି କରାଯାଇଛି। ପ୍ରଥମ ପର୍ଯ୍ୟାୟ ତଥା ୧୬ ତାରିଖରୁ ୨୦ ତାରିଖ ଯାଏଁ ପୁରୀ ବାସୀଙ୍କୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଅନୁମତି ମିଳିଛି। ଅଗଷ୍ଟ ୨୧ ତାରିଖ ଏବଂ ୨୨ ତାରିଖରେ ସପ୍ତାହନ୍ତ ସଟଡାଉନ ଥିବାରୁ ଏହି ଦିନ ଶ୍ରୀମନ୍ଦିରରେ ପ୍ରବେଶ ପାଇଁ କଟକଣା ଲଗାଯାଇଛି। ପ୍ରତ୍ୟେକ ସପ୍ତାହନ୍ତ ସଟଡାଉନ ଏବଂ ଜନ୍ମାଷ୍ଟମୀରେ ଶ୍ରୀମନ୍ଦିରରେ ପ୍ରବେଶ ପାଇଁ ଅନୁମତି ନାହିଁ। ହେଲେ ୨୩ ତାରିଖ ଠାରୁ ସମସ୍ତ ଶ୍ରଦ୍ଧାଳୁଙ୍କୁ ଦର୍ଶନ ପାଇଁ ଅନୁମତି ମିଳିଛି।

ତେବେ ସେଥିପାଇଁ ଶ୍ରଦ୍ଧାଳୁମାନେ ଉଭୟ ଡୋଜ ଟୀକା ନେଇଥିବା ଆବଶ୍ୟକ କିମ୍ବା ୯୬ ଘଣ୍ଟା ପୂର୍ବର ଆରଟିପିସିଆର ନେଗେଟିଭ ରିପୋର୍ଟ ଦେଖେଇବା ଅନିବାର୍ଯ୍ୟ। ସକାଳ ୭ ଟାରୁ ସନ୍ଧ୍ୟା ୮ ଟା ଯାଏଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଅନୁମତି ମିଳିଛି।

Related posts