ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୬ ହଜାର ୨୩୬ କୁ ବୃଦ୍ଧି

Published: Aug 5, 2021, 11:46 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୨୩୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୧୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ପୁରୀ, ସୁନ୍ଦରଗଡ ଜିଲ୍ଲାରୁ ୧୨ ଜଣ ଲେଖାଏଁ, କଟକ ଜିଲ୍ଲାରୁ ୧୧ ଜଣ, କେନ୍ଦ୍ରପଡା ଜିଲ୍ଲାରୁ ୪ ଜଣ, ବରଗଡ ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବାଲେଶ୍ଵର, ଢେଙ୍କାନାଳ ଜିଲ୍ଲାରୁ ୨ ଜଣ ଲେଖାଏଁ, ବଲାଙ୍ଗୀରି, ଯାଜପୁର, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ, ନବରଙ୍ଗପୁର, ନୂଆପଡା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୩ ହଜାର ୫୨୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୬୩ ହଜାର ୭୧୮ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩ ହଜାର ୫୧୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୨୩୬ କୁ ବୃଦ୍ଧି ହୋଇଛି।

Related posts