
ଭୁବନେଶ୍ୱର, ଆସନ୍ତା ଅଗଷ୍ଟ ୧୬ ତାରିଖରୁ କଲେଜ ଓ ବିଶ୍ୱବିଦ୍ୟାଳୟ ଖୋଲିବ । ଏ ନେଇ ଆଜି ଉଚ୍ଚଶିକ୍ଷା ବିଭାଗ ତରଫରୁ ସୂଚନା ଦିଆଯାଇଛି। ଏଥିରେ ପିଜି ପ୍ରଥମ ବର୍ଷ ଓ ୟୁଜି ପ୍ରି-ଫାଇନାଲ ବର୍ଷ ପାଇଁ କ୍ଲାସ ରୁମରେ ପାଠପଢା ହେବ। ଏଥିସହିତ ହଷ୍ଟେଲ ଖୋଲିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।
ମହାମାରୀ କରୋନା କଟକଣା ପାଇଁ ଦୀର୍ଘ ଦିନ ଧରି ରାଜ୍ୟରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିଲା। ଏବେ କୋଭିଡ୍ ଗାଇଡଲାଇନ୍ ମଧ୍ୟରେ କ୍ଲାସ୍ ରୁମ୍ରେ ପୁଣି ପାଠପଢା ଆରମ୍ଭ କରିବେ ଛାତ୍ରଛାତ୍ରୀ। ତେବେ ପିଜି/ୟୁଜି ଫାଇନାଲ ପରୀକ୍ଷା ଅନଲାଇନରେ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।