Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସିଆଇଆଇ ଦ୍ଵାରା ସମ ଅଲଟିମେଟ ମେଡ଼ିକେଆର ନର୍ସିଂ ଟିମ୍ ସମ୍ବର୍ଦ୍ଧିତ
ଆଜିର ଖବର

ସିଆଇଆଇ ଦ୍ଵାରା ସମ ଅଲଟିମେଟ ମେଡ଼ିକେଆର ନର୍ସିଂ ଟିମ୍ ସମ୍ବର୍ଦ୍ଧିତ

August 7, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: କୋଭିଡ ମହାମାରୀ ସମୟରେ ପ୍ରକୃତ କୋଭିଡ ଯୋଦ୍ଧା ଭାବେ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ସମାଜ ପାଇଁ ଅତୁଳନୀୟ କାର୍ଯ୍ୟ କରିଥିବା ଦୃଷ୍ଟିରୁ କନଫେଡେରେସନ ଅଫ ଇଣ୍ଡିଆନ ଇଣ୍ଡଷ୍ଟ୍ରି (ସିଆଇଆଇ ) ପକ୍ଷରୁ ସମ ଅଲ୍ଟିମେଟ ମେଡ଼ିକେୟାର (ସମମ ) ର ନର୍ସିଂ ଟିମ କୁ ସମ୍ବର୍ଦ୍ଧିତ କରାଯାଇଛି। କରୋନା ମହାମାରୀ ବିପକ୍ଷ ଯୁଦ୍ଧରେ ସାମିଲ ହୋଇ ୨୪ ଘଣ୍ଟା ଅତ୍ୟନ୍ତ ନିଷ୍ଠା ଓ ଯତ୍ନ ର ସହ ରୋଗୀ ସେବା କରୁଥିବା ସମମ ର ନର୍ସିଂ ଟିମ କୁ ସମ୍ମାନିତ କରିଛି ସିଆଇଆଇ।

ନିଜ ପରିବାର ଓ ସମ୍ପର୍କୀୟଙ୍କ ଠାରୁ ଦୂରରେ ରହି ପ୍ରତ୍ୟେକ ଦିନ ନିସ୍ଵାର୍ଥପର ଭାବେ ନର୍ସ ମାନେ ତାଙ୍କ ଦାୟିତ୍ୱ ତୁଲାଉଥିଲେ। ସମାଜ ଓ ମାନବଜାତି ର ଉନ୍ନତି ନିମନ୍ତେ ସେମାନଙ୍କର ତ୍ୟାଗ ଅତୁଲ୍ୟ। ନିଷ୍ଠାପର ଭାବେ ଦାୟିତ୍ୱ ତୁଲାଉଥିବା ବେଳେ ଅନେକ ପ୍ରାଣ ମଧ୍ୟ ହରାଇଛନ୍ତି।

କରୋନା ମହାମାରୀ ଆରମ୍ଭ ହେବା ପରେ ସମ ଅଲ୍ଟିମେଟ୍ ମେଡିକେୟାର, ଏକ ମଲ୍ଟି ସ୍ପେସିଆଲିଟି କ୍ଵାଟରନାରୀ କେୟାର ହସ୍ପିଟାଲ ର ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ଓ ନର୍ସିଂ ଟିମ ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଭୟ କୋଭିଡ ଓ କୋଭିଡ ହୋଇ ନଥିବା ଚିକିତ୍ସା ନିମନ୍ତେ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିଭାଇ ଆସୁଛନ୍ତି। ଏହାର ଅତ୍ୟାଧୁନିକ ଭିତ୍ତିଭୂମି ଓ ବିଶେଷଜ୍ଞ ଡାକ୍ତରୀ ଟିମ ଓ କର୍ମଚାରୀ ଅନେକ ଜଟିଳ ରୋଗର ଚିକିତ୍ସା କରିବାରେ ସଫଳ ହୋଇଛନ୍ତି।

ଓଡିଶାରେ ବ୍ଲାକ ଫଙ୍ଗସ ରୋଗକୁ ଚି଼ହ୍ନଟ କରିବାରେ ପ୍ରଥମ ହସ୍ପିଟାଲ ହେଉଛି ସମମ।

ବିଶ୍ୱସ୍ତରୀୟ, ସୁଲଭ ଓ ସବୁ କ୍ଷେତ୍ରର ଲୋକଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ ) ର ସ୍ବପ୍ନ କୁ ସାକାର କରିବା ଦିଗରେ ସମ ଆଲଟିମେଟ ମେଡିକେୟାର ନିର୍ମାଣ କରାଯାଇଛି। ଏହା ସୋଆ ର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜରଞ୍ଜନ ନାୟକଙ୍କ ଏକ ସ୍ବପ୍ନ ଥିଲା ବୋଲି ସମ ଆଲଟିମେଟ ମେଡିକେୟାର ର ସିଇଓ ଡ଼ଃ ଶ୍ୱେତପଦ୍ମା ଦାଶ କହିଛନ୍ତି।

ସିଆଇଆଇ ଓଡିଶା କାଉନସିଲ ର ପାଷ୍ଟ ଚେୟାରମ୍ୟାନ ତଥା ଏସାର ମୀନମେଟ ଲିମିଟେଡ଼ ର ନିର୍ଦେଶକ (ଖଣି ) ସଞ୍ଜୟ ପଟନାୟକ ସମ୍ବର୍ଦ୍ଧନା ପତ୍ର ସମ ଆଲଟିମେଟ ମେଡିକେୟାର ର ସିଇଓ ଡ଼ଃ ଶ୍ୱେତପଦ୍ମା ଦାଶ, ଚିଫ ଅଫ ମେଡିକାଲ ସର୍ଭିସେସ ଡ଼ଃ (ବ୍ରିଗେଡିୟର ) ବିରାଜ ମୋହନ ମିଶ୍ର, ମାନବସମ୍ବଳ ବିଭାଗ ମୁଖ୍ୟ ମଳୟ ରଞ୍ଜନ ମିଶ୍ର, ଚିଫ ଅଫ ନର୍ସିଂ ସର୍ଭିସେସ ଆୟେଶା ଏନ ଓ ହସ୍ପିଟାଲର ସମସ୍ତ ନର୍ସିଂ ଟିମ କୁ ପ୍ରଦାନ କରିଥିଲେ।

ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ଅନ୍ୟ ଅତିଥି ମାନଙ୍କ ମଧ୍ୟରେ ସିଆଇଆଇ ଆଇଡବ୍ଲୁଏନ ଓଡିଶା ଶାଖାର ଚେୟାରଉମେନ ଓ ଲୁମିନାସ ଇନଫୋୱେସ ପ୍ରାଇଭେଟ ଲିମିଟେଡ଼ ର ଅଧ୍ୟକ୍ଷା ଜୟଶ୍ରୀ ମହାନ୍ତି ଏବଂ ସିଆଇଆଇ ଆଇଡବ୍ଲୁଏନ ଓଡିଶା ଶାଖାର ଭାଇସ ଚେୟାରଉମେନ ଓ ଇନଲାଇନ କଣ୍ଟ୍ରୋଲସ ଆଣ୍ଡ ଇକଉଇପମେଣ୍ଟ ର ପରିଚାଳନା ନିର୍ଦ୍ଦେଶିକ ପ୍ରମୁଖ ଉପସ୍ଥିତ ଥିଲେ।

ସମ ଅଲଟିମେଟ ମେଡ଼ିକେଆର ସିଆଇଆଇ
Share. Facebook Twitter LinkedIn Email WhatsApp Copy Link

Related Posts

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ବାସି ରୁଟି ଫୋପାଡ଼ୁଛନ୍ତି କି? ଜାଣନ୍ତୁ ଏହାର ଆଶ୍ଚର୍ଯ୍ୟଜନକ ସ୍ୱାସ୍ଥ୍ୟ ଉପକାରିତା

October 1, 2026

ଆଜି ଦିଲ୍ଲୀରେ ମହାନଦୀ ଜଳ ବିବାଦ ସମାଧାନ ବୈଠକ

October 1, 2026

ବନ୍ୟା ପ୍ରଭାବିତଙ୍କ ପାଇଁ ଦଶହରା ପୂର୍ବରୁ ସରିବ କ୍ଷତିପୂରଣ ବଣ୍ଟନ : ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ

October 1, 2026
Latest News

Jio 10th Anniversary Offer: ୧,୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ ସହିତ ୬ ମାସର ମାଗଣା ରିଚାର୍ଜ

October 1, 2026

ଉଜ୍ଜ୍ୱଳା ଯୋଜନା ଉପରେ ସରକାରଙ୍କ ବଡ଼ ଘୋଷଣା: ଜାରି ରହିବ LPG ସବସିଡି 

October 1, 2026

ଜିମ୍ବାୱେରେ ହେଲିକପ୍ଟର ଦୁର୍ଘଟଣା: ବ୍ୟବସାୟୀ ୱିକନେଲ୍, ତାଙ୍କ ପତ୍ନୀଙ୍କ ସମେତ ୬ ମୃତ

October 1, 2026

ବାସି ରୁଟି ଫୋପାଡ଼ୁଛନ୍ତି କି? ଜାଣନ୍ତୁ ଏହାର ଆଶ୍ଚର୍ଯ୍ୟଜନକ ସ୍ୱାସ୍ଥ୍ୟ ଉପକାରିତା

October 1, 2026

‘ନୂଆ ଭୋଟରମାନଙ୍କୁ ପିତାମାତାଙ୍କ ବିବରଣୀ ଦେବାକୁ ପଡ଼ିବ ନାହିଁ’: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି

October 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.