ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୬ ହଜାର ୪୩୫ କୁ ବୃଦ୍ଧି

Published: Aug 8, 2021, 12:07 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୪୩୫ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨୧ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକରୁ ୧୩ ଜଣ, ସମ୍ବଲପୁର ଜିଲ୍ଲାରୁ ୮ ଜଣ, ବାଲେଶ୍ଵର, ସୁନ୍ଦରଗଡ ଜିଲ୍ଲାରୁ ୬ ଜଣ ଲେଖାଏଁ, ବରଗଡ, କେନ୍ଦୁଝର ଜିଲ୍ଲାରୁ ୫ ଜଣ ଲେଖାଏଁ, ଝାରସୁଗୁଡା ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଦେବଗଡ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ପ୍ରାଣହାନି ଘଟିଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୭୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୬୮ ହଜାର ୪୫୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୨ ହଜାର ୧୨୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୪୩୫ କୁ ବୃଦ୍ଧି ହୋଇଛି।

Related posts