ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୬ ହଜାର ୫୦୧ କୁ ବୃଦ୍ଧି

Published: Aug 9, 2021, 10:49 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୫୦୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ୨୯ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୩ ଜଣ, ସମ୍ବଲପୁର ଜିଲ୍ଲାରୁ ୮ ଜଣ, ବରଗଡ ଜିଲ୍ଲାରୁ ୭ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ନୂଆପଡା ଜିଲ୍ଲାରୁ ୨ ଜଣ, ସୋନପୁର, ସୁନ୍ଦରଗଡ, ଝାରସୁଗୁଡା ଓ କଳାହାଣ୍ଡି ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୮୭ ହଜାର ୯୫୬ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୬୯ ହଜାର ୯୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୧ ହଜାର ୪୮୬ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୫୦୧ କୁ ବୃଦ୍ଧି ହୋଇଛି।

Related posts