
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୫ ହଜାର ୪୯୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୧୯ ଲକ୍ଷ ୭୦ ହଜାର ୫୪ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୮ ହଜାର ୩୦୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୧ ଲକ୍ଷ ୩୯ ହଜାର ୪୫୭ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୨ ହଜାର ୧୮୮ ଆକ୍ଟିଭ୍ କେସ୍ ରହିଛି।
Tags: କରୋନାଜନିତ ମୃତ୍ୟୁ, କରୋନା ଅପଡେଟ୍