Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସୋଆ ପ୍ରଫେସର ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ
ଆଜିର ଖବର

ସୋଆ ପ୍ରଫେସର ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ

August 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ବିଶିଷ୍ଟ ଗବେଷକ ତଥା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ବାୟୋଫୁଏଲ୍ ଆଣ୍ଡ ବାୟୋପ୍ରୋସେସିଙ୍ଗ୍ ରିସର୍ଚ୍ଚ ସେଂଟରର ନିର୍ଦ୍ଦେଶକ ପ୍ରଫେସର ଲାଲା ବିହାରୀ ଶୁକ୍ଳାଙ୍କୁ ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ କରାଯାଇଛି। ଗତବର୍ଷ ୟୁଏସ୍‌ଏର ଷ୍ଟାନ୍‌ଫୋର୍ଡ ୟୁନିଭର୍ସିଟି ଦ୍ୱାରା ପ୍ରସ୍ତୁତ ବିଶ୍ୱର ଶ୍ରେଷ୍ଠ ୨ ପ୍ରତିଶତ ବୈଜ୍ଞାନିକଙ୍କ ତାଲିକାରେ ପ୍ରଫେସର ଶୁକ୍ଳାଙ୍କ ନାମ ସ୍ଥାନିତ ହୋଇଥିବା ବେଳେ ଆନ୍ତର୍ଜାତିକ ସ୍ତରରେ ତାଙ୍କର ଅବଦାନକୁ ନେଇ ଭର୍ଚୁଆଲୀ ଆୟୋଜିତ ହୋଇଥିବା ଜିଟିଇଏ -୨୦୨୧ ଆୱାର୍ଡ ଓ ସମ୍ମିଳନୀ କାର୍ଯ୍ୟକ୍ରମରେ ତାଙ୍କୁ ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡରେ ସମ୍ମାନିତ କରାଯାଇଛି।

ଉତ୍କୃଷ୍ଟ ଶିକ୍ଷାଦାନ କ୍ଷେତ୍ରରେ ତାଙ୍କର ଅବିରତ କାର୍ଯ୍ୟଧାରାର ଅବଦାନକୁ ନେଇ ପ୍ରଫେସର ଶୁକ୍ଳାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିବା ମାନପତ୍ରରେ ଉଲ୍ଲେଖ କରାଯାଇଛି। ୧୯୭୧ ମସିହାରେ ନ୍ୟାସ୍‌ନାଲ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି, ରାଉର୍‌କେଲା (ପୂର୍ବରୁ ରିଜିଓନାଲ୍ ଇଞ୍ଜିନିୟରିଂ କଲେଜ୍‌ରୁ ବିଏସ୍‌ସି (ଇଞ୍ଜିନିୟରିଂ) ମେଟାଲର୍ଜି ଏବଂ ୧୯୭୩ ମସିହାରେ ଏମ୍‌ଟେକ୍ ମେଟାର୍ଲଜି ହାସଲ କରିଥିବା ପ୍ରଫେସର ଶୁକ୍ଳା ହାଇଡ୍ରୋମେଟାର୍ଲଜି, ବାୟୋହାଇଡ୍ରୋମେଟାର୍ଲଜି, ୱେଷ୍ଟ ମ୍ୟାନେଜମେଂଟ, ଏନ୍‌ଭାରନ୍‌ମେଂଟାଲ୍ ମାଇନିଂ ମ୍ୟାନେଜମେଂଟ ଆଣ୍ଡ ରି-ସାଇକ୍ଲିଂ କ୍ଷେତ୍ରରେ ଅନେକ କାର୍ଯ୍ୟ କରୁଛନ୍ତି। ଶିକ୍ଷାଦାନ ଓ ଗବେଷଣା କ୍ଷେତ୍ରରେ ତାଙ୍କର ଅବଦାନକୁ ନେଇ ସେ ଅନେକ ସମ୍ମାନ ଗ୍ରହଣ କରିଛନ୍ତି।

ପ୍ରଫେସର ଶୁକ୍ଳା ପୂର୍ବରୁ ଭୁବନେଶ୍ୱର ସ୍ଥିତ ସିଏସ୍‌ଆଇଆର୍ – ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମିନେରାଲ୍ସ ଆଣ୍ଡ ମ୍ୟାଟେରିଆଲ୍‌ସ ଟେକ୍ନୋଲୋଜିର ବାୟୋ ରିସୋର୍ସେସ୍ ଇଞ୍ଜିନିୟରିଂ ବିଭାଗର ମୁଖ୍ୟ ରହିଥିବା ବେଳେ ତାଙ୍କର ବାୟୋ ମିନେରାଲ୍ ପ୍ରୋସେସିଂ କ୍ଷେତ୍ରରେ ୪୫ ବର୍ଷର ଗବେଷଣା ଅଭିଜ୍ଞତା ରହିଛି।

ସେ ସିଏସ୍‌ଆଇଆର୍ ଏମେରିଟସ ସାଇନ୍‌ଟିଷ୍ଟ ଏବଂ ନୂଆଦିଲ୍ଲୀ ସ୍ଥିତ ଏକାଡେମୀ ଅଫ ସାଇନ୍‌ଟିଫିକ୍ ଆଣ୍ଡ ଇନୋଭେଟିଭ୍ ରିସର୍ଚ୍ଚ (ଏସିଏସ୍‌ଆଇଆର)ର ଏମେରିଟସ ପ୍ରଫେସର ଭାବେ କାର୍ଯ୍ୟ ତୁଲାଇଛନ୍ତି।

ଗ୍ଲୋବାଲ୍ ଟିଚିଂ ଏକ୍ସିଲେନ୍ସ ଆୱାର୍ଡ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ଦେଶବ୍ୟାପୀ ଋତୁକାଳୀନ ଇନ୍‌ଫ୍ଲୁଏଞ୍ଜା ସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 26, 2026

ଗୁଣିଆ ଠାରୁ ଚେରମୂଳୀ ଖାଇ ନିଃସନ୍ତାନ ଦମ୍ପତି ମୃତ

August 26, 2026

କୋରାପୁଟରେ ‘ସମରସ ସଙ୍କଳ୍ପ ଅଭିଯାନ’ ଓ ‘ପବିତ୍ର କଳସ ବନ୍ଦନ ଶୋଭାଯାତ୍ରା’

August 26, 2026

ଫ୍ରାନ୍ସରେ ଶକ୍ତିଶାଳୀ ଟର୍ଣ୍ଣାଡୋ: ୩୦୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଲା, ୪୧ଜଣ ଆହତ

August 26, 2026
Latest News

ଦେଶବ୍ୟାପୀ ଋତୁକାଳୀନ ଇନ୍‌ଫ୍ଲୁଏଞ୍ଜା ସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 26, 2026

ଗୁଣିଆ ଠାରୁ ଚେରମୂଳୀ ଖାଇ ନିଃସନ୍ତାନ ଦମ୍ପତି ମୃତ

August 26, 2026

କୋରାପୁଟରେ ‘ସମରସ ସଙ୍କଳ୍ପ ଅଭିଯାନ’ ଓ ‘ପବିତ୍ର କଳସ ବନ୍ଦନ ଶୋଭାଯାତ୍ରା’

August 26, 2026

ଫ୍ରାନ୍ସରେ ଶକ୍ତିଶାଳୀ ଟର୍ଣ୍ଣାଡୋ: ୩୦୦ରୁ ଊର୍ଦ୍ଧ୍ୱ ଘର ଭାଙ୍ଗିଲା, ୪୧ଜଣ ଆହତ

August 26, 2026

ଆଜି ଅଗଷ୍ଟ ୨୬ ତାରିଖ ବୁଧବାରରେ ଏହି ପାଞ୍ଚଟି ରାଶିର ଖୋଲିବ ଭାଗ୍ୟ

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.