ବହୁ ପ୍ରତୀକ୍ଷା ପରେ ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀମନ୍ଦିର, ସେବାୟତ ପରିବାର କରୁଛନ୍ତି ଦର୍ଶନ

Published: Aug 12, 2021, 9:28 am IST

ପୁରୀ, ବହୁ ପ୍ରତୀକ୍ଷା ପରେ ଶେଷରେ ଶ୍ରୀମନ୍ଦିର ଦ୍ବାର ଭକ୍ତଙ୍କ ପାଇଁ ଖୋଲାଯାଇଛି। ତେବେ ଆଜି କେବଳ ସେବାୟତ ପରିବାରଙ୍କୁ ଏହି ଦର୍ଶନ ସୁବିଧା ମିଳିଛି। ଏହି ଦର୍ଶନ ଦୁଇଦନ ଧରି ଚାଲିବ। ଏହାପରେ ୧୬ ତାରିଖରୁ ୨୦ ତାରିଖ ଯାଏଁ ପୁରୀ ବାସୀଙ୍କୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଅନୁମତି ମିଳିଛି।

ଅଗଷ୍ଟ ୨୧ ତାରିଖ ଏବଂ ୨୨ ତାରିଖରେ ସପ୍ତାହନ୍ତ ସଟଡାଉନ ଥିବାରୁ ଏହି ଦିନ ଶ୍ରୀମନ୍ଦିରରେ ପ୍ରବେଶ ପାଇଁ କଟକଣା ଲଗାଯାଇଛି। ପ୍ରତ୍ୟେକ ସପ୍ତାହନ୍ତ ସଟଡାଉନ ଏବଂ ପର୍ବପର୍ବାଣିରେ ଶ୍ରୀମନ୍ଦିରରେ ପ୍ରବେଶ ପାଇଁ ଅନୁମତି ନାହିଁ।

 ଆସନ୍ତା ୨୩ ତାରିଖ ଠାରୁ ସମସ୍ତ ଶ୍ରଦ୍ଧାଳୁଙ୍କୁ ଦର୍ଶନ ପାଇଁ ଅନୁମତି ମିଳିଛି। ତେବେ ସେଥିପାଇଁ ଶ୍ରଦ୍ଧାଳୁମାନେ ଉଭୟ ଡୋଜ ଟୀକା ନେଇଥିବା ଆବଶ୍ୟକ କିମ୍ବା ୯୬ ଘଣ୍ଟା ପୂର୍ବର ଆରଟିପିସିଆର ନେଗେଟିଭ ରିପୋର୍ଟ ଦେଖେଇବା ଅନିବାର୍ଯ୍ୟ। ସକାଳ ୭ ଟାରୁ ସନ୍ଧ୍ୟା ୭ ଟା ଯାଏଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଅନୁମତି ମିଳିଛି। କୋଭିଡ କଟକଣାକୁ ମାନି ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Related posts