
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୧ ହଜାର ୧୯୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୯୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୦ ଲକ୍ଷ ୭୭ ହଜାର ୭୦୬ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୨୯ ହଜାର ୬୬୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୨ ଲକ୍ଷ ୬୦ ହଜାର ୫୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୮୭ ହଜାର ୯୮୭ ଆକ୍ଟିଭ୍ କେସ୍ ରହିଛି।