ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୦ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୬ ହଜାର ୭୫୭ କୁ ବୃଦ୍ଧି

Published: Aug 13, 2021, 10:07 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୦ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୭୫୭ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ବରଗଡ ଜିଲ୍ଲାରୁ ସର୍ବାଧିକ ୧୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୧ ଜଣ, ବଲାଙ୍ଗୀରି ଜିଲ୍ଲାରୁ ୬ ଜଣ, ଅନୁଗୁଳ, ଜଗତସିଂହପୁର, ସମ୍ବଲପୁର ଜିଲ୍ଲାରୁ ୫ ଜଣ ଲେଖାଏଁ, ଦେବଗଡ ଜିଲ୍ଲାରୁ ୪ ଜଣ, ଢେଙ୍କାନାଳ, ଯାଜପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବାଲେଶ୍ଵର, ଝାରସୁଗୁଡା ଜିଲ୍ଲାରୁ ୨ ଜଣ ଲେଖାଏଁ ଏବଂ ଭଦ୍ରକ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୨ ହଜାର ୩୭୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୭୪ ହଜାର ୭୫୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୦ ହଜାର ୮୦୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୭୫୭ କୁ ବୃଦ୍ଧି ହୋଇଛି।

Related posts