
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୦ ହଜାର ୧୨୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୮୫ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୧ ଲକ୍ଷ ୧୭ ହଜାର ୮୨୬ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୦ ହଜାର ୨୫୪ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୩ ଲକ୍ଷ ୨ ହଜାର ୩୪୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୮୫ ହଜାର ୨୨୭ ଆକ୍ଟିଭ୍ କେସ୍ ରହିଛି।