Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାଚୁଣି ଓଭର ବ୍ରିଜ ନିକଟରେ ସଡ଼କ ଦୁର୍ଘଟଣା: ଅଜଣା ଗାଡି ଧକ୍କାରେ ଯୁବକ ମୃତ
ଆଜିର ଖବର

ନାଚୁଣି ଓଭର ବ୍ରିଜ ନିକଟରେ ସଡ଼କ ଦୁର୍ଘଟଣା: ଅଜଣା ଗାଡି ଧକ୍କାରେ ଯୁବକ ମୃତ

August 13, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ଚିଲିକା: ଖୋର୍ଦ୍ଧା ଜିଲ୍ଲା ନାଚୁଣି ଫାଣ୍ଡି ଅଞ୍ଚଳରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକ ପ୍ରାଣ ହରାଇଛନ୍ତି। ଏନେଇ ନାଚୁଣି ଫାଣ୍ଡି ପୋଲିସ ସୂଚନା ଦେଇଛି।

ନାଚୁଣି ଫାଣ୍ଡି ଅଧିକାରୀ ଉମାକାନ୍ତ ସାହୁଙ୍କ ସୂଚନା ମୁତାବକ ଆଜି ସକାଳେ ନାଚୁଣି ଓଭର ବ୍ରିଜ ନିକଟରେ ଜଣେ ମୃତ ବ୍ୟକ୍ତି ପଡିଥିବାର ଖବର ପାଇଥିଲା ପୋଲିସ। ଦୁର୍ଘଟଣା କାରଣରୁ ଉକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ପୋଲିସ ଜାଣିବାକୁ ପାଇଥିଲା। ମୃତ ବ୍ୟକ୍ତିଙ୍କ ନାମ ହେଉଛି ଗୋପୀନାଥ ମୁଦୁଲି (୩୫)। ତାଙ୍କ ନିଜଘର ସୁନଖଳା ଗ୍ରାମ ହୋଇଥିବାବେଳେ ସେ କିନ୍ତୁ ନାଚୁଣିରେ ରହୁଥିଲେ।

ସବୁଦିନ ପରି ଆଜି ସକାଳେ ଗୋପୀନାଥ ଶୌଚ ହେବା ନିମନ୍ତେ ନାଚୁଣି ଓଭର ବ୍ରିଜ ନିକଟକୁ ଯାଇଥିବାବେଳେ କୌଣସି କାରଣ ବଶତଃ ଏକ ଯାନ ତାଙ୍କୁ ଧକ୍କା ଦେଇ ଫେରାର ହୋଇଯାଇଥିଲା। ଫଳରେ ଘଟଣାସ୍ଥଳରେ ଗୋପୀନାଥ ଙ୍କର ମୃତ୍ୟୁ ହୋଇଛି।

ପୋଲିସ ଠାରୁ ସୂଚନା ପାଇ ଗଙ୍ଗାଧରପୁର ଅଗ୍ନିଶମ ବହିନୀ ଉକ୍ତ ମୃତ ବ୍ୟକ୍ତିଙ୍କ ଶବକୁ ଉଦ୍ଧାର କରି ବାଲୁଗାଁ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ବର୍ତ୍ତମାନ ନାଚୁଣି ଫାଣ୍ଡି ପୋଲିସ ଏ ସଂକ୍ରାନ୍ତରେ ବାଣପୁର ଥାନାରେ ୨୯୧/୨୧ ଏକ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ନିମନ୍ତେ ବାଣପୁର ପଠେଇଦେଇଛି। ଏହା ଉପରେ ଅଧିକ ତଦନ୍ତ ଜାରି ରହିଛି ବୋଲି ନାଚୁଣି ଫାଣ୍ଡି ଅଧିକାରୀ ଶ୍ରୀ ସାହୁ ସୂଚନା ଦେଇଛନ୍ତି।

ଅଜଣା ଗାଡି ଧକ୍କା ନାଚୁଣି ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026

ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ ଭୁବନେଶ୍ବରରେ ଶୈଶବ ଯତ୍ନ ଓ ଶିକ୍ଷା ଉପରେ ଦୁଇଦିନିଆ କର୍ମଶାଳା

March 15, 2026
Latest News

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ରାଜ୍ୟସଭା ନିର୍ବାଚନ: ଦତ୍ତେଶ୍ୱର ହୋତାଙ୍କ ପକ୍ଷରେ ମତଦାନ କରିବାକୁ ସି.ପି.ଆଇ.(ଏମ୍) ର ଆହ୍ୱାନ

March 15, 2026

ଆସନ୍ତାକାଲି ରାଜ୍ୟସଭା ନିର୍ବାଚନ: ଓଡ଼ିଶାର ୪ଟି ଆସନ ପାଇଁ ହେବ ମତଦାନ

March 15, 2026

ଦିଲ୍ଲୀ-ସାହରନପୁର-ଡେରାଡୁନ ଏକ୍ସପ୍ରେସୱେ ପ୍ରକଳ୍ପ ପରିଦର୍ଶନ କଲେ ଗଣମାଧ୍ୟମ ପ୍ରତିନିଧି

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.