ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୬ ହଜାର ୮୨୩ କୁ ବୃଦ୍ଧି

Published: Aug 14, 2021, 10:45 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୮୨୩ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ନୟାଗଡ ଜିଲ୍ଲାରୁ ୧୨ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୯ ଜଣ, ଅନୁଗୁଳ ଜିଲ୍ଲାରୁ ୫ ଜଣ ଲେଖାଏଁ, ନବରଙ୍ଗପୁର ଜିଲ୍ଲାରୁ ୪ ଜଣ, ଯାଜପୁର, ସମ୍ବଲପୁର, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବାଲେଶ୍ଵର, ବରଗଡ, ବଲାଙ୍ଗୀରି, ଜଗତସିଂହପୁର, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, କୋରାପୁଟ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୩ ହଜାର ୫୦୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୭୫ ହଜାର ୯୯୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୦ ହଜାର ୬୩୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୬ ହଜାର ୮୨୩ କୁ ବୃଦ୍ଧି ହୋଇଛି।

Related posts