
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୨ ହଜାର ୯୩୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୧୭ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୨ ଲକ୍ଷ ୨୫ ହଜାର ୫୧୩ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୧ ହଜାର ୬୪୨ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୪ ଲକ୍ଷ ୧୧ ହଜାର ୯୨୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୮୧ ହଜାର ୬୪୨ ଆକ୍ଟିଭ୍ କେସ୍ ରହିଛି।