
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୫ ହଜାର ୧୭୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୪୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୨ ଲକ୍ଷ ୮୫ ହଜାର ୯୨୩ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୨ ହଜାର ୫୧୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୪ ଲକ୍ଷ ୮୫ ହଜାର ୯୨୩ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୬୭ ହଜାର ୪୧୫ ଆକ୍ଟିଭ୍ କେସ୍ ରହିଛି।
Tags: କରୋନାଜନିତ ମୃତ୍ୟୁ, କରୋନା ଅପଡେଟ୍