ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୧୫୪ କୁ ବୃଦ୍ଧି

Published: Aug 19, 2021, 10:56 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୧୫୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୮ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁରା ଜିଲ୍ଲାରୁ ୧୦ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ, ଢେଙ୍କାନାଳ ଜିଲ୍ଲାରୁ ୬ ଜଣ, ଭଦ୍ରକ, ମୟୂରଭଞ୍ଜ ଜିଲ୍ଲାରୁ ୫ ଜଣ ଲେଖାଏଁ ଏବଂ ଅନୁଗୁଳ ଜିଲ୍ଲାରୁ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ବାଲେଶ୍ଵର, ଯାଜପୁର, କେନ୍ଦ୍ରପଡା ଜିଲ୍ଲାରୁ ୩ ଜଣ ଲେଖାଏଁ, ଗଞ୍ଜାମ ଜିଲ୍ଲାରୁ ୨ ଜଣ, ନୟାଗଡ ଓ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୮ ହଜାର ୧୮୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୮୧ ହଜାର ୩୧୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯ ହଜାର ୬୬୪ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୧୫୪ କୁ ବୃଦ୍ଧି ହୋଇଛି।

Related posts