
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୬ ହଜାର ୪୦୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୩୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୩ ଲକ୍ଷ ୨୨ ହଜାର ୨୫୮ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୩ ହଜାର ୪୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୫ ଲକ୍ଷ ୨୫ ହଜାର ୮୦ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୬୪ ହଜାର ୧୨୯ ଆକ୍ଟିଭ୍ କେସ୍ ରହିଛି।