
ମହାବିଷୁବ ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଏବଂ ମହାବୀର ଜୟନ୍ତୀ ଉପଲକ୍ଷେ ରବିବାର ଦିନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସୋସିଆଲ ମିଡିଆ ସାଇଟ୍ ଜରିଆରେ ଜନତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ନବୀନ। ନବୀନ ଟୁଇଟ୍ କରି କହିଛନ୍ତି, ପବିତ୍ର ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷରେ ସମସ୍ତଙ୍କୁ ମୋର ହାର୍ଦ୍ଦିକ ଶୁଭେଚ୍ଛା ଓ ଅଭିନନ୍ଦନ । ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ କୃପା ଓ ଆଶୀର୍ବାଦରୁ ନବବର୍ଷଟି ସମସ୍ତଙ୍କ ପାଇଁ ସୁଖ ଓ ସମୃଦ୍ଧିର ବର୍ଷ ହେଉ।