ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୨୨୩ କୁ ବୃଦ୍ଧି

Published: Aug 20, 2021, 12:27 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୧୫୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୨ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ ଜଣ, ଭଦ୍ରକ, ଯାଜପୁର ଜିଲ୍ଲାରୁ ୬ ଜଣ ଲେଖାଏଁ, ଅନୁଗୁଳ, କେନ୍ଦ୍ରାପଡା, ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ ଲେଖାଏଁ ଏବଂ ପୁରୀ ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ ଓ ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୯୯ ହଜାର ୧୭୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୮୨ ହଜାର ୩୧୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯ ହଜାର ୫୭୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୨୨୩ କୁ ବୃଦ୍ଧି ହୋଇଛି।

Related posts