ବାଣପୁର ଗ୍ୟାସ ସିଲିଣ୍ଡର ଦୁର୍ଘଟଣା: ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା

Published: Aug 20, 2021, 2:49 pm IST

ଭୁବନେଶ୍ୱର: ଗତକାଲି ବାଣପୁରର ଗମ୍ଭାରୀମୁଣ୍ଡା ଗାଁରେ ଗ୍ୟାସ ସିଲିଣ୍ଡର ଦୁର୍ଘଟଣାରେ ଗୁରୁତର ଆହତ ଜଣେ ବ୍ୟକ୍ତିଙ୍କର ପରଲୋକ ଖବର ପାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଦୁଇ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି।

ଏତଦବ୍ୟତୀତ ଏହି ଦୁର୍ଘଟଣାରେ ଗୁରୁତର ଆହତ ହୋଇ ଚିକିତ୍ସିତ ହେଉଥିବା ଅନ୍ୟ ଵ୍ୟକ୍ତିମାନଙ୍କୁ ଉତ୍ତମ ଚିକିତ୍ସା ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏବଂ ସୋମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି।

ସୂଚନାଯୋଗ୍ୟ ଗତକାଲି ଘଟିଥିବା ଏହି ଦୁର୍ଘଟଣାରେ ଗୋଟିଏ ପରିବାରର ସାତଜଣଙ୍କ ସମେତ ଦଶ ଜଣ ଆହତ ହୋଇଛନ୍ତି।

Related posts