ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୬ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୨୮୯ କୁ ବୃଦ୍ଧି

Published: Aug 21, 2021, 10:41 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୧୫୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକ ଜିଲ୍ଲାରୁ ୧୦ ଜଣ, ଢେଙ୍କାନାଳ ଜିଲ୍ଲାରୁ ୮ ଜଣ, କେନ୍ଦ୍ରପଡା ଜିଲ୍ଲାରୁ ୭ ଜଣ, ଅନୁଗୁଳ, ଯାଜପୁର ଜିଲ୍ଲାରୁ ୬ ଜଣ ଲେଖାଏଁ, ଭଦ୍ରକ ଜିଲ୍ଲାରୁ ୫ ଜଣ ଏବଂ ବାଲେଶ୍ଵର ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ, କେନ୍ଦୁଝର, ମୟୂରଭଞ୍ଜ, ନୟାଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮୪ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୮୩ ହଜାର ୨୪୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯ ହଜାର ୪୯୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୨୮୯ କୁ ବୃଦ୍ଧି ହୋଇଛି।

Related posts