ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କ ପରଲୋକ, ବିଭିନ୍ନ ମହଲରେ ଶୋକର ଛାୟା

Published: Aug 21, 2021, 11:19 pm IST

ନୂଆଦିଲ୍ଲୀ, ଶେଷରେ ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ କଲ୍ୟାଣ ସିଂଙ୍କ ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ଲକ୍ଷ୍ମୌର ଏକ ହସପିଟାଲରେ ଚିକିତ୍ସିତ ହେଉଥିଲେ। ସେ ବିଭିନ୍ନ ରୋଗରେ ପିଡିତ ହୋଇ ଗତ ଜୁଲାଇ ମାସରେ ସେ ହସପିଟାଲରେ ଭର୍ତ୍ତି ଥିଲେ। ହେଲେ ଡାକ୍ତରଙ୍କ ସବୁ ଚେଷ୍ଠା ସତ୍ବେ ସେ ଶେଷ ନିଃସ୍ବାସ ତ୍ୟାଗ କରିଛନ୍ତି। ତାଙ୍କୁ 89 ବର୍ଷ ବୟସ ହୋଇଥିଲା।

କଲ୍ୟାଣ ସିଂ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ପରେ ସେ ରାଜସ୍ଥାନ ଏବଂ ହିମାଚଳ ପ୍ରଦେଶର ରାଜ୍ୟପାଳ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ। ତାଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଗୃହମନ୍ତ୍ରୀ ଅମିତ ସାହା ପ୍ରମୁଖ ଶୋକ ପ୍ରକାଶ କରିଛନ୍ତି। ସେହିପରି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।

Related posts