Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜନ୍ମ ମାଟି ସୁନ୍ଦରଗଡ଼ରେ ୪ ହକି ଅଲମ୍ପିଆନଙ୍କୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା
ଆଜିର ଖବର

ଜନ୍ମ ମାଟି ସୁନ୍ଦରଗଡ଼ରେ ୪ ହକି ଅଲମ୍ପିଆନଙ୍କୁ ଭବ୍ୟ ସ୍ୱାଗତ ଓ ସମ୍ବର୍ଦ୍ଧନା

August 21, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୁନ୍ଦରଗଡ଼: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ଏବଂ ମହିଳା ହକି ଦଳରେ ଭାଗ ନେଇଥିବା ସୁନ୍ଦରଗଡ଼ ଜିଲ୍ଲାର ୪ ଜଣ ହକି ତାରକାଙ୍କୁ ଆଜି ନିଜ ଜନ୍ମ ମାଟିରେ ଭବ୍ୟ ସ୍ୱାଗତ କରାଯାଇଛି । ସୁନ୍ଦରଗଡ଼ର ବିକାଶ ଭବନଠାରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଆୟୋଜିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଅଲିମ୍ପିଆନ୍ ଦୀପଗ୍ରେସ୍ ଏକ୍କା, ନମିତା ଟପ୍ପୋ, ବୀରେନ୍ଦ୍ର ଲାକ୍ରା ଏବଂ ଅମିତ ରୋହିଦାସଙ୍କୁ ସମ୍ବର୍ଦ୍ଧିତ କରାଯାଇଛି। ଝାରସୁଗୁଡ଼ା ବିମାନବନ୍ଦର ଏବଂ ସୁନ୍ଦରଗଡ଼ ସହରରେ ଆଜି ଖେଳାଳିମାନଙ୍କୁ ହକି ପ୍ରେମୀ, ସାଧାରଣ ଜନତା ତଥା ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ହୃଦୟଭରା ସ୍ୱାଗତ କରାଯାଇଥିଲା।

ଟୋକିଓ ଅଲିମ୍ପିକ୍ସ ଖେଳି ଫେରିବା ପରେ ଶନିବାର ଦିନ ନିଜ ଜନ୍ମ ମାଟିରେ ଆସି ପହଞ୍ଚିଛନ୍ତି ସୁନ୍ଦରଗଡ଼ର ଏହି ୪ ହକି ତାରକା। ଆଜି ପୂର୍ବାହ୍ନରେ ସେମାନେ ଝାରସୁଗୁଡ଼ା ବିମାନବନ୍ଦରଠାରେ ପହଞ୍ଚିବା ବେଳେ ସେମାନଙ୍କୁ ସ୍ୱାଗତ କରିବା ପାଇଁ ସେମାନଙ୍କ ପରିବାର, କ୍ରୀଡ଼ାପ୍ରେମୀ ତଥା ସ୍ଥାନୀୟ ଜନତାଙ୍କ ଭିଡ଼ ଦେଖିବାକୁ ମିଳିଥିଲା। ସୁନ୍ଦରଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ଉପଜିଲ୍ଲାପାଳ ଅଭିମନ୍ୟୁ ବେହେରା ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ କରିଥିଲେ।

ସୁନ୍ଦରଗଡ଼ ସହରରେ ପାରିଜାତ ପାର୍କଠାରୁ ସର୍କିଟ୍ ହାଉସ୍ ପର୍ଯ୍ୟନ୍ତ ହକି ତାରକାମାନଙ୍କୁ ଖୋଲା ଗାଡ଼ିରେ ନିଆଯାଇଥିଲା। ରାସ୍ତା ଉପରେ ଶହ ଶହ ଛାତ୍ରଛାତ୍ରୀ, ଯୁବ ଗୋଷ୍ଠୀ, ମହିଳା ଏବଂ ସାଧାରଣ ଜନତା ଉପସ୍ଥିତ ରହି ସେମାନଙ୍କୁ ସ୍ୱାଗତ କରିଥିଲେ। ସ୍ଥାନୀୟ ହକିପ୍ରେମୀ, ବିଭିନ୍ନ କ୍ରୀଡ଼ା ଅନୁଷ୍ଠାନର କର୍ମକର୍ତ୍ତା ଖେଳାଳିମାନଙ୍କୁ ସ୍ୱାଗତ କରି ନେଇଥିଲେ।

ତେଣୁ ସେମାନଙ୍କୁ ଶୁଭେଚ୍ଛା ଜଣାଇବା ଲାଗି ଲୋକଙ୍କ ମନରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଥିଲା। ଜିଲ୍ଲାର ବିଭିନ୍ନ ସ୍ଥାନରୁ ହକି ପ୍ରେମୀ, କ୍ରୀଡ଼ାବିତ୍ ଏବଂ ଜନସାଧାରଣ ସୁନ୍ଦରଗଡ଼ ସହରକୁ ଆସିଥିଲେ। ରାସ୍ତାର ଦୁଇ ପାଶ୍ୱର୍ରେ ଛିଡ଼ା ହୋଇ ଲୋକେ ଅଭିନନ୍ଦନ ଜଣାଇଥିଲେ।

ଅପରାହ୍ଣରେ ସୁନ୍ଦରଗଡ଼ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଥିବା ବିକାଶ ଭବନଠାରେ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ସମ୍ବର୍ଦ୍ଧନା ଉତ୍ସବର ଆୟୋଜନ କରାଯାଇଥିଲା। ଏଥିରେ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ହକି ତାରକାମାନଙ୍କୁ ସ୍ୱାଗତ କରିବା ସହ ସେମାନଙ୍କ ପାଇଁ ସୁନ୍ଦରଗଡ଼ ଜିଲ୍ଲା ଏବଂ ସାରା ଓଡ଼ିଶା ଗର୍ବିତ ବୋଲି କହିଥିଲେ। ସେ କହିଥିଲେ ଯେ, ଏହି ସମ୍ବର୍ଦ୍ଧନା ଉତ୍ସବରେ ସାରା ଜିଲ୍ଲାର ହକି ପ୍ରେମୀ ସାମିଲ ହୋଇଛନ୍ତି। ତେଣୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସେ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲେ। କ୍ରୀଡ଼ାର ବିକାଶ ପ୍ରତି ରାଜ୍ୟ ସରକାରଙ୍କ ଅଗ୍ରାଧିକାର ଫଳରେ ରାଉରକେଲା ସହ ସୁନ୍ଦରଗଡ଼ ଜିଲ୍ଲାରେ ହକିର ଭିତ୍ତିଭୂମି ଆହୁରି ସୁଦୃଢ ହେବାକୁ ଯାଉଥିବାରୁ ଆଗାମୀ ଦିନରେ ଏ ମାଟିରୁ ଅନେକ ପ୍ରତିଭାବାନ ହକି ଖେଳାଳି ବାହାରିବେ ବୋଲି ସେ ଆଶା ପ୍ରକାଶ କରିଥିଲେ।

“ଟୋକିଓ ଅଲିମ୍ପିକ୍ସରେ ଚମତ୍କାର ଖେଳ ପ୍ରଦର୍ଶନ କରି ଭାରତୀୟ ହକି ଟିମ୍ ଆମ ସ୍ୱପ୍ନ ସାକାର କରିପାରିଛନ୍ତି। ବିଶେଷକରି ଆମ ଜିଲ୍ଲାର ୪ ଜଣ ଖେଳାଳି ଅଲିମ୍ପିକ୍ ଖେଳିବା ଆମ ପାଇଁ ବଡ଼ କଥା। ଭାରତୀୟ ହକି ଟିମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରୋତ୍ସାହନ ଦେଇ ଆଜି ଏକ ନୂଆ ଉଚ୍ଚତାକୁ ନେବାରେ ସାହାଯ୍ୟ କରିଛନ୍ତି। ତେଣୁ ଏହି ଖେଳ ଆହୁରି ଆଗକୁ ଯିବା ସହିତ ଆଗାମୀ ଦିନରେ ଓଡ଼ିଶାରୁ ଭଲ ଖେଳାଳି ବାହାରି ପାରିବେ’, ସମ୍ବର୍ଦ୍ଧନା ଉତ୍ସବରେ ଯୋଗଦେଇ କହିଛନ୍ତି ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ତଥା ଓଡ଼ିଶା ହକି ପ୍ରମୋସନ କାଉନସିଲର ଅଧ୍ୟକ୍ଷ ପଦ୍ମଶ୍ରୀ ଦିଲ୍ଲୀପ ତିର୍କୀ।

ଏହି ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ ରାଜଗାଙ୍ଗପୁର ବିଧାୟକ ଡକ୍ଟର ସି ଏସ୍ ରାଜିନ୍ ଏକ୍କା, ତଲସରା ବିଧାୟକ ଭବାନୀ ଶଙ୍କର ଭୋଇ, ସୁନ୍ଦରଗଡ଼ ଅତିରିକ୍ତ ଜିଲ୍ଲାପାଳ ବିଶ୍ୱଜିତ ମହାପାତ୍ର, ଉପଜିଲ୍ଲାପାଳ ଅଭିମନ୍ୟୁ ବେହେରା, ସୁନ୍ଦରଗଡ଼ ସ୍ୱତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ବିନୟ ଟପ୍ପୋ, ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ନିର୍ଦ୍ଦେଶକ ଭୈରବ ସିଂ ପଟେଲ, ସୁନ୍ଦରଗଡ଼ ଅତିରିକ୍ତ ଏସପି ସୁରେନ୍ଦ୍ର ମାଝି, ଜିଲ୍ଲା ସଂସ୍କୃତି ତଥା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଅନିଲ କେରକେଟା ପ୍ରମୁଖ ଉପସ୍ଥିତ ଥିଲେ।

ଅମିତ ରୋହିଦାସ ଟୋକିଓ ଅଲିମ୍ପିକ୍ସ ସୁନ୍ଦରଗଡ
Share. Facebook Twitter LinkedIn Email WhatsApp Copy Link

Related Posts

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026
Latest News

Odisha Budget 2026: ଓଡିଶା ବଜେଟ 2026, ଜାଣନ୍ତୁ କେଉଁ ବିଭାଗକୁ ମିଳିଲା କେତେ ??

February 20, 2026

ବଜେଟକୁ ନେଇ ନବୀନ କହିଲେ- Full Menu in Empty Kitchen

February 20, 2026

ଓଡିଶା ବଜେଟ ଉପସ୍ଥାପନା କଲେ ମୁଖ୍ୟମନ୍ତ୍ରୀ, ଏଥର ୩ ଲକ୍ଷ ୧୦ ହଜାର କୋଟି ଟଙ୍କା

February 20, 2026

ଆସନ୍ତା ରବିବାର ସନ୍ଧ୍ୟା ୬:୩୦ରୁ ଜୀ ସାର୍ଥକରେ ଓଡିଆ ଚଳଚ୍ଚିତ୍ର “ଇନ୍ସପେକ୍ଟର ସନା” 

February 20, 2026

ବ୍ରହ୍ମପୁର ରେଳ ଷ୍ଟେସନର ପୁନଃବିକାଶକୁ ମଞ୍ଜୁରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.