ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୩୫୮ କୁ ବୃଦ୍ଧି

Published: Aug 22, 2021, 11:17 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୩୫୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଓ ଜଗତସିଂହପୁର ଜିଲ୍ଲାରୁ ସର୍ବାଧିକ ୧୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଢେଙ୍କାନାଳ ଜିଲ୍ଲାରୁ ୧୧ ଜଣ, ଅନୁଗୁଳ, କେନ୍ଦ୍ରାପଡା ଜିଲ୍ଲାରୁ ୮ ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୫ ଜଣ, ବାଲେଶ୍ଵର, ଭଦ୍ରକ, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ସେହିଭଳି ନବରଙ୍ଗପୁର ଓ ନୟାଗଡରୁ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୯୩୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୮୪ ହଜାର ୨୨୪ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୯ ହଜାର ୩୦୨ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୩୫୮ କୁ ବୃଦ୍ଧି ହୋଇଛି।

Related posts