ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୪୨୬ କୁ ବୃଦ୍ଧି

Published: Aug 23, 2021, 12:47 pm IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୪୨୬ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୭ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁର ଜିଲ୍ଲାରୁ ୧୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮ ଜଣ, ଯାଜପୁର ଜିଲ୍ଲାରୁ ୬ ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ, ବାଲେଶ୍ଵର, ଜିଲ୍ଲାରୁ ୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନ  ଘଟିଛି। ସେହିଭଳି ପୁରୀ ଜିଲ୍ଲାରୁ ୨ ଜଣ, ଭଦ୍ରକ, ଝାରସୁଗୁଡା, କେନ୍ଦୁଝର ଓ ରାୟଗଡା ଜିଲ୍ଲାରୁ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧ ହଜାର ୬୯୮ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୮୫ ହଜାର ୩୦୨ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୮ ହଜାର ୯୧୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୪୨୬ କୁ ବୃଦ୍ଧି ହୋଇଛି।

Related posts