Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଫରୱାର୍ଡ଼ ବ୍ଲକ ତରଫରୁ ରାଜଭବନ ସମ୍ମୁଖରେ ବିକ୍ଷୋଭ
ଆଜିର ଖବର

ଫରୱାର୍ଡ଼ ବ୍ଲକ ତରଫରୁ ରାଜଭବନ ସମ୍ମୁଖରେ ବିକ୍ଷୋଭ

August 23, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ପେଟ୍ରୋଲ, ଡ଼ିଜେଲ ଓ ରନ୍ଧନ ଗ୍ୟାସର ବର୍ଦ୍ଧିତ ଦରକୁ ଅବିଳମ୍ବେ ପ୍ରତ୍ୟାହାର କରିବା, ଅତ୍ୟାବଶ୍ୟକ ସାମଗ୍ରୀ ଗୁଡ଼ିକର ଦରବୃଦ୍ଧିକୁ ନିୟନ୍ତ୍ରଣ କରିବା, ରାଷ୍ଟ୍ରାୟତ୍ତ ଉଦ୍ୟୋଗଗୁଡ଼ିକର ଘରୋଇକରଣ ବନ୍ଦ କରିବା, କୋଭିଡ଼ କ୍ଷତିଗ୍ରସ୍ତଙ୍କୁ ପର୍ଯ୍ୟାପ୍ତ କ୍ଷତିପୂରଣ ପ୍ରଦାନ କରିବା, ସମ୍ବିଧାନ, ଗଣତନ୍ତ୍ର ଓ ଧର୍ମନିରପେକ୍ଷର ସୁରକ୍ଷା କରିବା, କୃଷି ଓ କୃଷକ ବିରୋଧୀ ତିନିଗୋଟି କଳା କୃଷି ଆଇନକୁ ସମ୍ପୂର୍ଣ୍ଣ ବାତିଲ କରିବା, ସମସ୍ତଙ୍କୁ ମାଗଣା କୋଭିଡ଼ ଭ୍ୟାକ୍ସିନ ପ୍ରଦାନ କରିବା, ରାଫେଲ ଓ ପେଗାସେସ ଘଟଣାର ଜଏଣ୍ଟ ପାର୍ଲ୍ୟାମେଣ୍ଟାରୀ କମିଟି ଦ୍ୱାରା ତଦନ୍ତ କରାଇବା, ସମସ୍ତ ବେକାର ଯୁବକଙ୍କୁ କର୍ମନିଯୁକ୍ତି ନଚେତ ବେକାରୀ ଭତ୍ତା ପ୍ରଦାନର ବ୍ୟବସ୍ଥା କରିବା ଦାବିରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ଦ୍ୱାରା ପ୍ରତିଷ୍ଠିତ ରାଜନୈତିକ ଦଳ ଅଲ୍ ଇଣ୍ଡିଆ ଫରୱାର୍ଡ଼ ବ୍ଲକ ତରଫରୁ ରାଜଭବନ ସମ୍ମୁଖରେ ପ୍ରତିବାଦ, ବିକ୍ଷୋଭ ଅନୁଷ୍ଠିତ ହୋଇଯାଇଛି।

ଫରୱାର୍ଡ଼ ବ୍ଲକର ରାଜ୍ୟ ସଭାପତି ପୂର୍ଣ୍ଣଚନ୍ଦ୍ର ପାଢୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ପ୍ରତିବାଦ ବିକ୍ଷୋଭରେ ସାଧାରଣ ସମ୍ପାଦକ ଜ୍ୟୋତି ରଞ୍ଜନ ମହାପାତ୍ର, ରାଜ୍ୟନେତା ସର୍ବେଶ୍ୱର ମିଶ୍ର, ଜିତେନ୍ଦ୍ରୀୟ ବେହେରା, ରାଜୀବ ଖାଡ଼େଙ୍ଗା, ନାରାୟଣ ଡ଼ାଳୁଆ, ସୁଶିଲ ଥାନପତ, ସୋମାନଥ ଖିଲ, ବେଣୁଥର ହରିଚନ୍ଦନ, ଆଲୋକ ମହାପାତ୍ର, ମୁନା ନାୟକ, ମହିଳା ନେତ୍ରୀ ମଧୁଛନ୍ଦା ପଟ୍ଟନାୟକ, ବନଲତା ବେହେରା, ଭାନୁମତୀ କାଣ୍ଡି ପ୍ରମୁଖ ନେତୃତ୍ୱ ନେଇଥିଲେ।

କେନ୍ଦ୍ର ସରକାର ଶାସନ କ୍ଷମତାକୁ ଆସିବା ପରେ ବିଭିନ୍ନ ଜନବିରୋଧୀ କାର୍ଯ୍ୟ କରି ଭାରତବର୍ଷର ସାଧାରଣ ମଣିଷର ଜୀବନଯାତ୍ରାକୁ ଦୁର୍ବିସୟ କରିସାରିଲେଣି। ପେଟ୍ରୋଲ, ଡ଼ିଜେଲ ଓ ରନ୍ଧନ ଗ୍ୟାସ ସମେତ ଅତ୍ୟାବଶ୍ୟକୀୟ ସାମଗ୍ରୀଗୁଡ଼ିକର ଆକାଶଛୁଆ ଦରଦାମ ବୃଦ୍ଧି ଫଳରେ ଜନଗଣ ଅକଥନୀୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସମସ୍ତ କ୍ଷେତ୍ରରେ ବିଫଳ କେନ୍ଦ୍ରର ମୋଦି ସରକାର ଶାସନ କ୍ଷମତାରେ ରହିବାର ନୈତିକତା ହରାଇ ସାରିଲେଣି ବୋଲି ନିଜ ବକ୍ତବ୍ୟରେ ବକ୍ତାମାନେ ଅଭିଯୋଗ କରିଥିଲେ।

ପରେ ବିକ୍ଷୋଭସ୍ଥଳରୁ ଏକ ପ୍ରତିନିଧି ମଣ୍ଡଳୀ ରାଜଭବନ ଯାଇ ମହାମହୀମ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ରାଜ୍ୟପାଳଙ୍କୁ ଦାବିପତ୍ର ପ୍ରଦାନ କରିଥିଲେ।

ଡିଜେଲ ପେଟ୍ରୋଲ ବିକ୍ଷୋଭ ରନ୍ଧନ ଗ୍ୟାସ ରାଜଭବନ
Share. Facebook Twitter LinkedIn Email WhatsApp Copy Link

Related Posts

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026
Latest News

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026

ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ ୨୦୨୬ର ଲିଡର୍ସ ପ୍ଲାନେରି ଅଧିବେଶନ ସମୟରେ ପ୍ରଧାନମନ୍ତ୍ରୀ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.