
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୬ ହଜାର ୭୫୯ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୦୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୬ ଲକ୍ଷ ୪୯ ହଜାର ୯୪୭ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୭ ହଜାର ୩୭୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୮ ଲକ୍ଷ ୫୨ ହଜାର ୮୦୨ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୫୯ ହଜାର ୭୭୫ ଆକ୍ଟିଭ୍ କେସ୍ ରହିଛି।