ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୯ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୮୩୪ କୁ ବୃଦ୍ଧି

Published: Aug 29, 2021, 10:56 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୮୩୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୧୯ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୧୦ ଜଣ, ଜଗତସିଂହପୁର ଜିଲ୍ଲାରୁ ୯ ଜଣ, ମୟୂରଭଞ୍ଜ, ନୟାଗଡ ଜିଲ୍ଲାରୁ ୫ ଜଣ ଲେଖାଏଁ, ବାଲେଶ୍ଵର, ଢେଙ୍କାନାଳ, କେନ୍ଦ୍ରାପଡା ଜିଲ୍ଲାରୁ ୪ ଜଣ ଲେଖାଏଁ, ଭଦ୍ରକ, ଯାଜପୁର ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ  ଘଟିଛି। ସେହିଭଳି ପୁରୀ ଜିଲ୍ଲାରୁ ୨ ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୬ ହଜାର ୫୦୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୦ ହଜାର ୭୯୬ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୮୨୦ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୮୩୪ କୁ ବୃଦ୍ଧି ହୋଇଛି।

Related posts