ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୭ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୯୦୧ କୁ ବୃଦ୍ଧି

Published: Aug 30, 2021, 10:31 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୭ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୯୦୧ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨୦ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ, ଜଗତସିଂହପୁର ଜିଲ୍ଲାରୁ ୯ ଜଣ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୬ ଜଣ, ଯାଜପୁର ଜିଲ୍ଲାରୁ ୪ ଜଣ, କେନ୍ଦ୍ରାପଡା, କେନ୍ଦୁଝର, ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ  ଘଟିଛି। ସେହିଭଳି ବାଲେଶ୍ଵର, ଭଦ୍ରକ, ଢେଙ୍କାନାଳ ଓ ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, କଳାହାଣ୍ଡି ଏବଂ ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭ ହଜାର ୧୧୨ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୧ ହଜାର ୬୩୦ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୫୨୮ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୯୦୧ କୁ ବୃଦ୍ଧି ହୋଇଛି।

Related posts