ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬୮ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୭ ହଜାର ୯୬୯ କୁ ବୃଦ୍ଧି

Published: Aug 31, 2021, 10:53 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୮ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୯୬୯ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି କଟକ ଜିଲ୍ଲାରୁ ସର୍ବାଧିକ ୨୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଅନୁଗୁଳ ଜିଲ୍ଲାରୁ ୧୧ ଜଣ, ଜଗତସିଂହପୁର ଜିଲ୍ଲାରୁ ୮ ଜଣ, କେନ୍ଦ୍ରାପଡା  ଜିଲ୍ଲାରୁ ୬ ଜଣ, ବାଲେଶ୍ଵର ଜିଲ୍ଲାରୁ ୫ ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ ଜଣ, ଭଦ୍ରକ ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ ଆକ୍ରାନ୍ତଙ୍କ ପ୍ରାଣହାନୀ  ଘଟିଛି। ସେହିଭଳି ଯାଜପୁର, ଖୋର୍ଦ୍ଧା ଓ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୭ ହଜାର ୭୫୦ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୨ ହଜାର ୪୭୩ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୨୫୫ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୯୬୯ କୁ ବୃଦ୍ଧି ହୋଇଛି।

Related posts