Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆ ହାଇକମିଶନର: କ୍ରୀଡା ଭିତ୍ତିଭୂମି ଓ ବାଣିଜ୍ୟ କ୍ଷେତ୍ରରେ ଅଧିକ ସହଯୋଗ ପାଇଁ ସହମତି
ଆଜିର ଖବର

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ଅଷ୍ଟ୍ରେଲିଆ ହାଇକମିଶନର: କ୍ରୀଡା ଭିତ୍ତିଭୂମି ଓ ବାଣିଜ୍ୟ କ୍ଷେତ୍ରରେ ଅଧିକ ସହଯୋଗ ପାଇଁ ସହମତି

August 31, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଅଷ୍ଟ୍ରେଲିଆର ହାଇକମିଶନର ବ୍ୟାରୀ ଓଫାରେଲ ଏଓ ଙ୍କ ସହିତ ଆଲୋଚନା କରି ବିଭିନ୍ନ କ୍ଷେତ୍ରରେ ଅଷ୍ଟ୍ରେଲିଆ ସହିତ ଓଡିଶାର ଅଧିକ ସହଯୋଗ ସଂପର୍କରେ ଆଲୋଚନା କରିଛନ୍ତି।

ବୈଠକରେ ଓଡିଶା ଯେପରି ଭାରତୀୟ ହକି ଦଳକୁ ପ୍ରୋତ୍ସାହନ ଦେଉଛି ଏବଂ ହକି ଖେଳରେ ଉନ୍ନତି ପାଇଁ ଓଡିଶା ଯେଭଳି ଭାବରେ ନେତୃତ୍ବ ନେଇଛି, ସେଥିପାଇଁ ହାଇକମିଶନର ମୁଖ୍ୟମନ୍ତ୍ରୀଙ୍କର ଉଚ୍ଚପ୍ରଶଂସା କରିଥିଲେ। ଉଭୟ ଦେଶ ମଧ୍ୟରେ ବ୍ୟବସାୟ ଓ କାରିଗରୀ କୌଶଳ କ୍ଷେତ୍ରରେ ସହଯୋଗର ବ୍ୟାପକ ସମ୍ଭାବନା ଅଛି ବୋଲି ବୈଠକରେ ମତପ୍ରକାଶ ପାଇଥିଲା। ଏତଦ୍‌ବ୍ୟତୀତ ଓଡିଶାର ଦକ୍ଷ ମାନବ ସମ୍ବଳର ଉପଯୋଗ ଉପରେ ଆଲୋଚନା ହୋଇଥିଲା।

ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଓଡିଶାରେ ବିଶ୍ଵକପ ହକି ସମୟରେ ଅଷ୍ଟ୍ରେଲିଆ ଦଳର ଗସ୍ତ ସଂପର୍କରେ ମନେପକାଇ ଅଷ୍ଟ୍ରେଲିଆ ହକି ଦଳର ଦକ୍ଷତାର ଉଚ୍ଚପ୍ରଶଂସା କରିଥିଲେ। ଓଡିଶାରେ ବିଭିନ୍ନ କ୍ରୀଡା ଭିତ୍ତିଭୂମି ସୃଷ୍ଟି, ଉନ୍ନତମାନର ତାଲିମ, ବିଶେଷ କରି ହକି ଖେଳକୁ ଅଧିକ ପ୍ରୋତ୍ସାହନ ଦେବା ଉପରେ ଓଡିଶା ଓ ଅଷ୍ଟ୍ରେଲିଆ ମଧ୍ୟରେ ଅଧିକ ସହଯୋଗ ପାଇଁ ଉଭୟ ସହମତି ପ୍ରକାଶ କରିଥିଲେ।

ଏତଦ୍‌ବ୍ୟତୀତ ଖଣି ଅନୁସଂଧାନ କ୍ଷେତ୍ରରେ ଅଷ୍ଟ୍ରେଲିଆ ଓ ଓଡିଶା ମଧ୍ୟରେ ଅଧିକ ମିଳିତ ସହଯୋଗ ଉପରେ ବୈଠକରେ ଗୁରୁତ୍ବ ଆରୋପ କରାଯାଇଥିଲା।

କ୍ରୀଡା ଭିତ୍ତିଭୂମି ବାଣିଜ୍ୟ ଭିଡିଓ କନ୍‌ଫରେନ୍‌ସିଂ ମୁଖ୍ୟମନ୍ତ୍ରୀ ନବୀନ
Share. Facebook Twitter LinkedIn Email WhatsApp Copy Link

Related Posts

ମେଧା ପାଟକରଙ୍କ ମାନହାନି ମାମଲା: ଦିଲ୍ଲୀ ଉପରାଜ୍ୟପାଳଙ୍କୁ ବଡ଼ ଆଶ୍ୱସ୍ତି ଦେଲେ କୋର୍ଟ

January 29, 2026

ଇଣ୍ଡିଗୋ ବିମାନ ସହ ଧକ୍କା ହେଲା ପକ୍ଷୀ: ହାଇଦ୍ରାବାଦରେ ଜରୁରୀକାଳୀନ ଅବତରଣ କଲେ ପାଇଲଟ୍

January 29, 2026

କେନ୍ଦ୍ର ସରକାରଙ୍କୁ ଝଟକା!: ନୂତନ UGC ନିୟମ ଉପରେ ସ୍ଥଗିତାଦେଶ ଜାରି କଲେ ସୁପ୍ରିମକୋର୍ଟ

January 29, 2026

ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର: “ଦାଦା ଅମର ରହେ” ଧ୍ୱନିରେ ପ୍ରକମ୍ପିତ ହେଲା ବିଦ୍ୟା ପ୍ରତିଷ୍ଠାନ

January 29, 2026
Latest News

ମେଧା ପାଟକରଙ୍କ ମାନହାନି ମାମଲା: ଦିଲ୍ଲୀ ଉପରାଜ୍ୟପାଳଙ୍କୁ ବଡ଼ ଆଶ୍ୱସ୍ତି ଦେଲେ କୋର୍ଟ

January 29, 2026

ଇଣ୍ଡିଗୋ ବିମାନ ସହ ଧକ୍କା ହେଲା ପକ୍ଷୀ: ହାଇଦ୍ରାବାଦରେ ଜରୁରୀକାଳୀନ ଅବତରଣ କଲେ ପାଇଲଟ୍

January 29, 2026

କେନ୍ଦ୍ର ସରକାରଙ୍କୁ ଝଟକା!: ନୂତନ UGC ନିୟମ ଉପରେ ସ୍ଥଗିତାଦେଶ ଜାରି କଲେ ସୁପ୍ରିମକୋର୍ଟ

January 29, 2026

ପଞ୍ଚଭୂତରେ ବିଲୀନ ହେଲେ ଅଜିତ ପାୱାର: “ଦାଦା ଅମର ରହେ” ଧ୍ୱନିରେ ପ୍ରକମ୍ପିତ ହେଲା ବିଦ୍ୟା ପ୍ରତିଷ୍ଠାନ

January 29, 2026

Chandigarh Mayor Election: ତ୍ରି-ମୁଖୀ ଲଢେଇରେ ବିଜେପି ବିଜୟୀ

January 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.