ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୫୩ କରୋନା ଆକ୍ରାନ୍ତ: ମୃତକଙ୍କ ସଂଖ୍ୟା ୮ ହଜାର ୨୨ କୁ ବୃଦ୍ଧି

Published: Sep 1, 2021, 10:48 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୫୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୫୩ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଜଗତସିଂହପୁର, କେନ୍ଦୁଝର ଜିଲ୍ଲାରୁ ୬ ଜଣ ଲେଖାଏଁ, କଟକ, ପୁରୀ ଜିଲ୍ଲାରୁ ୫ ଜଣ ଲେଖାଏଁ, ଯାଜପୁର ଜିଲ୍ଲାରୁ ୪ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ  ଘଟିଛି। ସେହିଭଳି କେନ୍ଦ୍ରାପଡା ଜିଲ୍ଲାରୁ ୨ ଜଣ, ଅନୁଗୁଳ, ବଲାଙ୍ଗୀରି, ଝାରସୁଗୁଡା, ମୟୂରଭଞ୍ଜ, ନବରଙ୍ଗପୁର ଓ ନୟାଗଡ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୮ ହଜାର ୪୬୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୩ ହଜାର ୨୩୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୧୫୯ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୨ କୁ ବୃଦ୍ଧି ହୋଇଛି।

Related posts