
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୧ ହଜାର ୯୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୬୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୮ ଲକ୍ଷ ୧୦ ହଜାର ୮୪୫ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୯ ହଜାର ୨୦ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୧୯ ଲକ୍ଷ ୯୩ ହଜାର ୬୪୪ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୭୮ ହଜାର ୧୮୧ ଆକ୍ଟିଭ୍ କେସ୍ ରହିଛି।