ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୭ ହଜାର ୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୦୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୮ ଲକ୍ଷ ୫୭ ହଜାର ୯୩୭ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୩୯ ହଜାର ୫୨୯ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୦ ଲକ୍ଷ ୨୮ ହଜାର ୮୨୫ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୩ ଲକ୍ଷ ୮୯ ହଜାର ୫୮୩ ଆକ୍ଟିଭ୍ କେସ୍ ରହିଛି।