ଆଜି ରାଜ୍ୟରେ କମିଲା କୋରୋନଜନିତ ମୃତ୍ୟୁ ସଂଖ୍ୟା: ମୋଟ ସଂଖ୍ୟା ୮ ହଜାର ୨୮ କୁ ବୃଦ୍ଧି

Published: Sep 2, 2021, 10:48 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଯାଜପୁର ଓ କଟକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।

ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୯ ହଜାର ୨୨୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୩ ହଜାର ୯୦୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୨୪୧ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୨୮ କୁ ବୃଦ୍ଧି ହୋଇଛି।

Related posts