ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ଲଘୁଚାପ ଘନୀଭୂତ ହେବା ସମ୍ଭାବନା: ସୋଆ

Published: Sep 2, 2021, 7:02 pm IST

ଭୁବନେଶ୍ୱର: ଓଡ଼ିଶା ଉପକୂଳ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ସେପ୍ଟେମ୍ବର ୬ ତାରିଖରେ ଏକ ଲଘୁଚାପ ଘନୀଭୂତ ହେବା ସମ୍ଭାବନା ଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ମଧ୍ୟମରୁ ପ୍ରବଳ ବର୍ଷା ହୋଇପାରେ ବୋଲି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ସେପ୍ଟେମ୍ବର ୫ ଓ ୬ ମଧ୍ୟରେ ଉପକୂଳ ଏବଂ ଦକ୍ଷିଣ ଓଡ଼ିଶାର ଅଳ୍ପ କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଥିବା ସିଇସିର ନିର୍ଦ୍ଦେଶକ ଡଃ ଶରତ ଚନ୍ଦ୍ର ସାହୁ କହିଛନ୍ତି। ସେପ୍ଟେମ୍ବର ୬ ତାରିଖ ରାତିରୁ ୭ ତାରିଖ ମଧ୍ୟରେ ବର୍ଷାର ଗତି ଉତ୍ତର ଓଡ଼ିଶାର ବିଭିନ୍ନ ଜିଲ୍ଲା ଗୁଡିକୁ ପ୍ରଭାବିତ କରି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ସେ କହିଛନ୍ତି।

ଏହାର ପ୍ରଭାବରେ ସେପ୍ଟେମ୍ବର ୪ରୁ ୭ ମଧ୍ୟରେ ରାଜ୍ୟର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି।

ସେହିପରି ସେପ୍ଟେମ୍ବର ୧୧ ତାରିଖରେ ସେହି ଉତର ପଶ୍ଚିମ ବଙ୍ଗୋପସାଗରରେ ଅନ୍ୟ ଏକ ଲଘୁଚାପ ସୃଷ୍ଟି ହେବା ଫଳରେ ଉପକୂଳବର୍ତ୍ତୀ ଅଂଚଳରେ ସେପ୍ଟେମ୍ବର୧୧ ତାରିଖରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଡଃ ସାହୁ କହିଛନ୍ତି।

Related posts