Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୋପବନ୍ଧୁ ହେଉଛନ୍ତି ସର୍ବକାଳୀନ ଆଦର୍ଶ, ମହାପୁରୁଷଙ୍କୁ ଅସମ୍ମାନ ବରଦାସ୍ତ କରାଯିବନି: ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ
ଆଜିର ଖବର

ଗୋପବନ୍ଧୁ ହେଉଛନ୍ତି ସର୍ବକାଳୀନ ଆଦର୍ଶ, ମହାପୁରୁଷଙ୍କୁ ଅସମ୍ମାନ ବରଦାସ୍ତ କରାଯିବନି: ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ

September 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଓଡ଼ିଆ ଜାତିର ସ୍ୱାଭିମାନର ପ୍ରତୀକ, ସର୍ବକାଳୀନ ଆଦର୍ଶ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜଗତସିଂହପୁରସ୍ଥିତ ରଘୁନାଥପୁରଠାରେ ଥିବା ପ୍ରତିମୂର୍ତ୍ତି ନିକଟରେ ସ୍ୱର୍ଗତ ରାଜନେତା ବିଷ୍ଣୁ ଦାସଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ନେଇ ପୂଜ୍ୟପୂଜା ସଂସ୍କୃତି ସୁରକ୍ଷା ଅଭିଯାନର ଅଧ୍ୟକ୍ଷ ତଥା ବରିଷ୍ଠ ସାମ୍ବାଦିକ ପ୍ରଦ୍ୟୁମ୍ନ ଶତପଥୀ ଘୋର ବିରୋଧ କରିଛନ୍ତି। ସେ ନିଜେ ଘଟଣାସ୍ଥଳକୁ ଯିବା ସହିତ ଅଭିଯାନର ବରିଷ୍ଠ ସଦସ୍ୟ ବି. ମୁରଲୀଧରଙ୍କ ନେତୃତ୍ୱରେ ପୂଜ୍ୟପୂଜାର ଏକ ସ୍ୱତନ୍ତ୍ର ଟିମ୍ ସେହି ସ୍ଥାନକୁ ଯାଇଥିଲେ।

ସେଠାରେ ଉତ୍କଳମଣିଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ଓ ସ୍ମୃତିଚାରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ପୂଜ୍ୟପୂଜା ପ୍ରାଣ ରଶ୍ମୀରଞ୍ଜନ ସ୍ୱାଇଁଙ୍କ ନେତୃତ୍ୱରେ ଦୀର୍ଘ ଏକମାସ ଧରି ଊତ୍କଳମଣିଙ୍କ ପ୍ରତିମୂର୍ତ୍ତି ପାଖରେ ବିଷ୍ଣୁ ଦାସଙ୍କ ପ୍ରତିମୂର୍ତ୍ତି ସ୍ଥାପନକୁ ବିରୋଧ କରି ଆସୁଛନ୍ତି। ଶ୍ରୀଯୁକ୍ତ ଶତପଥୀ ମତବ୍ୟକ୍ତ କରିଛନ୍ତି ଯେ, ଉତ୍କଳମଣିଙ୍କ ନିକଟରେ ସମକକ୍ଷ ପ୍ରତିଭା ଭାବରେ ଉକ୍ତ ରାଜନେତାଙ୍କ ପ୍ରତିମୂର୍ତ୍ତି ସ୍ଥାପନ ଗ୍ରହଣୀୟ ନୁହେଁ ଏବଂ ଏହା ଉତ୍କଳମଣିଙ୍କ ପ୍ରତି ଘୋର ଅପମାନ।

ଏହି ପରିପ୍ରେକ୍ଷୀରେ ସରକାର ଯଥାଶୀଘ୍ର ପଦକ୍ଷେପ ଗ୍ରହଣ କରନ୍ତୁ, ନଚେତ ଏହାର ପ୍ରତିବାଦ ସ୍ୱରୂପ ଆନ୍ଦୋଳନ ଖୁବ୍‌ଶୀଘ୍ର ହେବ। ସ୍ଥାନୀୟ ପ୍ରଶାସନିକ ଅଧିକାରୀଙ୍କୁ ଏ ବାବଦରେ ଦାବିପତ୍ର ପ୍ରଦାନ କରାଯାଇଛି ବୋଲି ମୁଖପାତ୍ର ଅରବିନ୍ଦ ତ୍ରିପାଠୀ ଜଣାଇଛନ୍ତି।

ଉତ୍କଳମଣି ଗୋପବନ୍ଧୁ ଦାସ ଓଡ଼ିଆ ଜାତି ଜଗତସିଂହପୁର ପ୍ରଦ୍ୟୁମ୍ନ ଶତପଥୀ ବରିଷ୍ଠ ସାମ୍ବାଦିକ
Share. Facebook Twitter LinkedIn Email WhatsApp Copy Link

Related Posts

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Latest News

Union Budget 2026: ଆୟକର ସମ୍ପର୍କରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ଜାଣନ୍ତୁ କ’ଣ?

February 1, 2026

Union Budget 2026: ଓଡ଼ିଶା ସମେତ ଏହି ରାଜ୍ୟରେ ହେବ ବିରଳ ଖଣିଜ କରିଡର

February 1, 2026

ଆଜି ପ୍ରଧାନମନ୍ତ୍ରୀଙ୍କ ପଞ୍ଜାବ ଗସ୍ତ: ବିମାନବନ୍ଦରରେ ଉଦ୍‌ଘାଟନ କରିବେ ଟର୍ମିନାଲ କୋଠା

February 1, 2026

ବଜେଟ୍ ଦିନ ସୁନା ମୂଲ୍ୟରେ ବଡ଼ ହ୍ରାସ: ଜାଣନ୍ତୁ ଆଜିର ଦର

February 1, 2026

ଆନ୍ଧ୍ର ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ‘ଅପମାନଜନକ ମନ୍ତବ୍ୟ’: YSRCP ନେତା ଗିରଫ

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.