
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୨ ହଜାର ୬୧୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩୦ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୯ ଲକ୍ଷ ୪୫ ହଜାର ୯୦୭ ରେ ପହଞ୍ଚିଛି।
ସେହିପରି ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୦ ହଜାର ୨୨୫ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୧ ଲକ୍ଷ ୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୫ ହଜାର ୬୮୧ ଆକ୍ଟିଭ୍ କେସ୍ ରହିଛି।