ଆସନ୍ତାକାଲି ରାଜ୍ୟର ୬ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା

Published: Sep 5, 2021, 7:36 pm IST

ଭୁବନେଶ୍ବର: ଆସନ୍ତାକାଲି ରାଜ୍ୟରେ ବଡ ଧରଣର ବର୍ଷା ହେବା ସମ୍ଭାବନା ରହିଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୬ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି। କୋରାପୁଟ, ଗଜପତି, କଳାହାଣ୍ଡି, ଗଞ୍ଜାମ, କନ୍ଧମାଳ ଏବଂ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି।

ସେହିପରି ୭ ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୟୂରଭଞ୍ଜ, ଜଗତସିଂହପୁର, କଟକ, ଖୋର୍ଦ୍ଧା, ରାୟଗଡା, ନବରଙ୍ଗପୁର ଏବଂ ମାଲକାନଗିରି ଜିଲ୍ଲାରେ ପ୍ରବଳ ବର୍ଷା ହେବା ନେଇ ଅନୁମାନ କରାଯାଇଛି। ଆସନ୍ତାକାଲି ସକାଳ ୮ ଟା ୩୦ ମିନିଟରୁ ବୁଧବାର ସକାଳ ୮ ଟା ୩୦ ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାଗୁଡିକରେ ବର୍ଷା ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ ସୂଚନା ଦେଇଛି।

Related posts