
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୭ ହଜାର ୮୭୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୬୯ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୩୦ ଲକ୍ଷ ୯୬ ହଜାର ୭୧୮ ରେ ପହଞ୍ଚିଛି।
ତେବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪ ଲକ୍ଷ ୪୧ ହଜାର ୪୧୧ ରେ ପହଞ୍ଚିଛି। ଦେଶରେ କରୋନାରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା ୩ କୋଟି ୨୨ ଲକ୍ଷ ୬୪ ହଜାର ୫୧ ରେ ପହଁଞ୍ଚିଛି। ସେହିପରି ଦେଶରେ କରୋନାରୁ ୪ ଲକ୍ଷ ୪୧ ହଜାର ୪୧୧ ଆକ୍ଟିଭ୍ କେସ୍ ରହିଛି।