Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବିଜେପି କର୍ମୀଙ୍କୁ ଆକ୍ରମଣ ଓ ସାମ୍ବାଦିକଙ୍କୁ ଦୁର୍ବ୍ୟବହାର ଘଟଣା: ଦଳରୁ ନିଲମ୍ବିତ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ
ଆଜିର ଖବର

ବିଜେପି କର୍ମୀଙ୍କୁ ଆକ୍ରମଣ ଓ ସାମ୍ବାଦିକଙ୍କୁ ଦୁର୍ବ୍ୟବହାର ଘଟଣା: ଦଳରୁ ନିଲମ୍ବିତ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ

September 8, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଲୁଗାଁ: ଆଜି ଚିଲିକା ନିର୍ବାଚନ ମଣ୍ଡଳୀରେ ଏକ ଅପ୍ରତିକର ପରିସ୍ଥିତି ସୃଷ୍ଟି ହୋଇଥିଲା। ବିଜେପି କର୍ମୀଙ୍କୁ ଆକ୍ରମଣ ଓ ସାମ୍ବାଦିକଙ୍କୁ ଦୁର୍ବ୍ୟବହାର ଘଟଣାରେ ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ନିଲମ୍ବିତ କରିଛନ୍ତି।

ସୂଚନା ଅନୁଯାୟୀ, ଖୋର୍ଦ୍ଧାଜିଲ୍ଲା ଅନ୍ତର୍ଗତ ବାଲୁଗାଁ ବିଜ୍ଞାପିତ ଅଞ୍ଚଳ ପରିଷଦ କାର୍ଯ୍ୟାଳୟରେ ଆଜି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଦ୍ୱାରା ଏକ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ବଣ୍ଟନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଉକ୍ତ ଖବର ପାଇ ବାଲୁଗାଁ ବିଜେପି ନଗର ମଣ୍ଡଳ ସଭାପତି ନିରଞ୍ଜନ ସେଠିଙ୍କ ନେତୃତ୍ୱରେ ବହୁ ବିଜେପି କର୍ମୀମାନେ ଏହାକୁ ବିରୋଧ କରିବା ସହ ଏନଏସି ଅଂଚଳର ବିଭିର୍ଣ୍ଣ ସମସ୍ୟାକୁ ନେଇ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କୁ ଭେଟିବାକୁ ଉଦ୍ୟତ ହେଉଥିବା ସମୟରେ ହଠାତ ଚିଲିକା ବିଧାୟକ ସେଠାରେ ପହଞ୍ଚିଥିଲେ।

ଏହାପରେ ଉଭୟ ଗୋଷ୍ଠୀ ମଧ୍ୟରେ ମୁହାଁମୁହିଁ ହୋଇଥିଲେ। ପରିସ୍ଥିତି ଏଭଳି ହୋଇଥିଲା ଯେ, ଶେଷରେ ଉଭୟ ଗୋଷ୍ଠୀ ମଧ୍ୟରେ ହତାହତି ହୋଇଥିଲା। ହେଲେ ବିଜେପି କର୍ମୀଙ୍କ ପକ୍ଷରୁ ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଥିଲା। ଗାଡ଼ିରୁ ଓଲ୍ଲାଇ ବିଜେପି କର୍ମୀମାନଙ୍କୁ ଅତର୍କିତ ଆକ୍ରମଣ କରିବା ସହ ନଗର ମଣ୍ଡଳ ସଭାପତି ନିରଞ୍ଜନ ସେଠିଙ୍କୁ ଗାଳିଗୁଲଜ କରିବା ସହ ମାଡ ମାରିଥିବାର ବିଜେପି ଅଭିଯୋଗ କରିଥିଲା।

ଅନୁରୂପ ଭାବେ ଉକ୍ତ ଘଟଣାର ଭିଡ଼ିଓକୁ ସାମ୍ବାଦିକ ଦିବ୍ୟକାନ୍ତ ବେହେରା ନିଜ ମୋବାଇଲରେ କଏଦ କରୁଥିବା ସମୟରେ ଚିଲିକା ବିଧାୟକ ଜନୈକ ସାମ୍ବାଦିକଙ୍କୁ ଗାଳି ଗୁଲଜ କରିବା ସହ ତାଙ୍କ ମୋବାଇଲଟିକୁ ଛଡାଇ ନେଇଯାଇଥିବାର ମଧ୍ୟ ଅଭିଯୋଗ ହୋଇଥିଲା।

ଉକ୍ତ ଘଟଣାକୁ ନେଇ ବିଜେପି ନଗର ମଣ୍ଡଳ ସଭାପତି ଏବଂ ସମ୍ପୃକ୍ତ ସାମ୍ବାଦିକଙ୍କ ତରଫରୁ ବାଲୁଗାଁ ଥାନାରେ ପୃଥକ ପୃଥକ ଭାବେ ଦୁଇ ଗୋଟି ଏତଲା ଦିଆଯାଇଛି। ତେବେ ବାଲୁଗାଁ ଥାନା ପରିସରରେ ଶହ ଶହ ବିଜେପି କର୍ମୀ ଏବଂ ସାମ୍ବାଦିକ ମାନେ ଜମା ହୋଇଥିବାର ଦେଖିବାକୁ ମିଳିଛି। ତତସହିତ ବିଜେପି ରାଜ୍ୟ ସାଧାରଣ ସମ୍ପାଦକ ପୃଥ୍ୱୀରାଜ ହରିଚନ୍ଦନ ଉକ୍ତ ଘଟଣାକୁ କଡ଼ା ନିନ୍ଦା କରିବା ସହ ବିଧାୟକଙ୍କୁ ତୁରନ୍ତ ଗିରଫ ଦାବିରେ ବାଲୁଗାଁ ଥାନା ପରିସରରେ ଧାରଣାରେ ବସିଛନ୍ତି। ବିଧାନସଭାରେ ଏହି ଘଟଣା ଉଠାଇବୁ ବୋଲି ଶ୍ରୀ ହରିଚନ୍ଦନ କହିଛନ୍ତି। ସେହିପରି ଭାବେ ଉକ୍ତ ଦୁଇ ମାମଲା ପଞ୍ଜିକୃତ ନହେବା ଯାଏଁ ବିଜେପି କର୍ମୀମାନେ ବାଲୁଗାଁ ଥାନାରେ ବସିରହିବେ ବୋଲି ଶ୍ରୀ ହରିଚନ୍ଦନ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଅପରପକ୍ଷରେ ସାମ୍ବାଦିକଙ୍କୁ ଆକ୍ରମଣ ଘଟଣାକୁ ଉତ୍କଳ ସାମ୍ବାଦିକ ସଂଘ ଖୋର୍ଦ୍ଧା ଜିଲ୍ଲା ସଭାପତି ପ୍ରଭାତ କୁମାର ମିଶ୍ର ତୀବ୍ର ବିରୋଧ କରିବା ସହ ଅଭିଯୁକ୍ତଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଖୋର୍ଦ୍ଧା ଏସପିଙ୍କ ନିକଟରେ ଦାବି କରିଥିବାର ସୂଚନା ଦେଇଛନ୍ତି।

ତେବେ ଏହି ଘଟଣାରେ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ନାମରେ ବାଲୁଗାଁ ପୋଲିସ ଦୁଇଟି ମାମଲା ରୁଜ୍ଜୁ କରିଥିବା ସୂଚନା ମିଳିଛି।

ସେହିପରି ଭାବେ ଏ ନେଇ ଚିଲିକା ବିଧାୟକଙ୍କ ପ୍ରତିକ୍ରିୟା ନେବାରୁ ଉକ୍ତ ଅଭିଯୋଗ ଭିତ୍ତିହୀନ ବୋଲି ବିଧାୟକ କହିଛନ୍ତି। ବିଧାୟକ ପାଲଟା ଅଭିଯୋଗ କରିଛନ୍ତି ଯେ, ବିଜେପି କର୍ମୀମାନେ ଏନଏସି ପରିସରରେ ବିଶୃଙ୍ଖଳା ସୃଷ୍ଟିକରୁଥିବାରୁ ସେ ସେମାନଙ୍କୁ ବୁଝାସୁଝା କରୁଥିବାବେଳେ ଉଭୟ ଦଳର କର୍ମୀଙ୍କ ମଧ୍ୟରେ ଠେଲାପେଲା ହୋଇଥିଲା। ସେହିପରି ଭାବେ ସାମ୍ବାଦିକଙ୍କ ମୋବାଇଲ ଛଡାଇବା କଥାକୁ ମଧ୍ୟ ବିଧାୟକ ଖଣ୍ଡନ କରିଛନ୍ତି। ସେ ଏ ବିଷୟରେ କିଛି ଜାଣିନଥିବାର ସୂଚନା ଦେଇଛନ୍ତି।

ବାଲୁଗାଁ ଥାନାରେ ଉତ୍ତେଜନା ପ୍ରକାଶ ପାଇବାରୁ ଘଟଣା ଉପରେ ଖୋଦ ଏସଡ଼ିପିଓ ମାନସ ରଞ୍ଜନ ବାରିକ ତୀକ୍ଷ୍ଣ ନଜର ରଖିବା ସହ ଥାନା ପରିସରରେ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଛି।

ବିଜେପି କର୍ମୀ ସଙ୍ଗୀନ ଅଭିଯୋଗ ସାମ୍ବାଦିକ
Share. Facebook Twitter LinkedIn Email WhatsApp Copy Link

Related Posts

ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

January 23, 2026

ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ସମ୍ମାନିତ ହେଲା ଏମ୍ସ ଭୁବନେଶ୍ୱର

January 23, 2026

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026

୩୨୫ କୋଟିର କ୍ଷତି!: ICC ସହିତ ମୁହାଁମୁହିଁ ହେବା ବାଂଲାଦେଶ କ୍ରିକେଟ୍ ବୋର୍ଡକୁ ପଡ଼ିବ ମହଙ୍ଗା?

January 23, 2026
Latest News

ଫେବୃୟାରୀ ୨ ରୁ ରାଷ୍ଟ୍ରପତିଙ୍କ ୬ ଦିନିଆ ଓଡ଼ିଶା ଗସ୍ତ

January 23, 2026

ଶ୍ରେଷ୍ଠ ସରକାରୀ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଭାବେ ସମ୍ମାନିତ ହେଲା ଏମ୍ସ ଭୁବନେଶ୍ୱର

January 23, 2026

ପୂର୍ବତଟ ରେଳପଥର ପଣ୍ୟ ପରିବହନ ଆୟରେ ଦ୍ରୁତତମ ରେକର୍ଡ ଅଭିବୃଦ୍ଧି ହାସଲ

January 23, 2026

୩୨୫ କୋଟିର କ୍ଷତି!: ICC ସହିତ ମୁହାଁମୁହିଁ ହେବା ବାଂଲାଦେଶ କ୍ରିକେଟ୍ ବୋର୍ଡକୁ ପଡ଼ିବ ମହଙ୍ଗା?

January 23, 2026

କଟକଠାରେ ପରାକ୍ରମ ଦିବସ ସମାରୋହରେ ଯୋଗ ଦେଲେ ଉପରାଷ୍ଟ୍ରପତି

January 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.