Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଙ୍ଗୋପ ସାଗରରେ ଲଘୁଚାପ: ୧୦ ରୁ ୧୪ ତାରିଖ ମଧ୍ୟରେ ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା
ଆଜିର ଖବର

ବଙ୍ଗୋପ ସାଗରରେ ଲଘୁଚାପ: ୧୦ ରୁ ୧୪ ତାରିଖ ମଧ୍ୟରେ ଏହି ଜିଲ୍ଲାଗୁଡିକରେ ପ୍ରବଳ ବର୍ଷା ସମ୍ଭାବନା

September 9, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଥାଇଲାଣ୍ଡ ନିକଟରେ ସୃ୍‌ଷ୍ଟି ହୋଇଥିବା ଏକ ସାଇକ୍ଲୋଜିକ୍ ସର୍କୁଲେସନ୍ ପଶ୍ଚିମ ମୁହାଁ ହୋଇଥିବା ବେଳେ ଏହାର ପ୍ରଭାବରେ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଏକ ଲଘୁଚାପ ଘନୀଭୂତ ହେବା ସମ୍ଭାବନା ରହିଛି। ଏଥିପାଇଁ ଶନିବାର ସୁଦ୍ଧା ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ପରିବେଶ ଓ ଜଳବାୟୁ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏହି ସିଷ୍ଟମ୍ ସମୁଦ୍ର ମଧ୍ୟରେ ରହିଛି ଏବଂ ଉପକୂଳ ଠାରୁ ଯଥେଷ୍ଟ ଦୂରରେ ଥିବାରୁ ଏହା ଅବପାତର ରୂପ ନେବା ସହ ସେପ୍ଟେମ୍ବର ୧୨ ରୁ ୧୩ ମଧ୍ୟରେ ଗଭୀର ଅବପାତରେ ପରିଣତ ହେବାର ସମ୍ଭାବନା ଥିବା ସିଇସିର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ କହିଛନ୍ତି।

ସେପ୍ଟେମ୍ବର ୧୩ ତାରିଖ ସୁଦ୍ଧା ଏହା ଉତ୍ତର ଓଡ଼ିଶା- ପଶ୍ଚିମ ବଂଗ ଉପକୂଳ ଦେଇ ଗତି କରିବା ପୂର୍ବରୁ ପ୍ରଥମେ ପଶ୍ଚିମ ମୁହାଁ ହୋଇ ପରବର୍ତ୍ତୀ ସମୟରେ ଉତ୍ତର-ପଶ୍ଚିମ ଦିଗ ଆଡକୁ ମୁହାଁଇବ ବୋଲି ଡ. ସାହୁ କହିବା ସହ ସେପ୍ଟେମ୍ବର ୧୨ ତାରିଖ ରାତି କିମ୍ବା ୧୩ ତାରିଖ ପୂର୍ବାହ୍ଣ ସୁଦ୍ଧା ଘୂର୍ଣ୍ଣିଝଡରେ ପରିଣତ ହେବାର ସମ୍ଭାବନାକୁ ଏଡାଇ ହେବ ନାହିଁ ବୋଲି କହିଛନ୍ତି।

ଏହାର ପ୍ରଭାବରେ ଓଡ଼ିଶାର ବିଭିନ୍ନ ସ୍ଥାନରେ ସେପ୍ଟେମ୍ବର ୧୦ ରୁ ୧୪ ତାରିଖ ମଧ୍ୟରେ ବର୍ଷା ହେବାର ସମ୍ଭାବନା ଥିବା ବେଳେ ଉତର ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସେପ୍ଟେମ୍ବର ୧୨ ରୁ ୧୪ ତାରିଖ ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ ବୋଲି ସେ କହିଛନ୍ତି।

ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, ଢ଼େଙ୍କାନାଳ, ଦେବଗଡ, ଅନୁଗୁଳ, ସୁନ୍ଦରଗଡ, ବରଗଡ, ସମ୍ବଲପୁର, ଝାରସୁଗୁଡା, ସୋନ୍‌ପୁର, ବୌଦ୍ଧ, ବଲାଙ୍ଗୀର ଏବଂ ନୂଆପଡାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ବେଳେ ସମୁଦ୍ର ପତନ କେନ୍ଦ୍ରାପଡା, ଭଦ୍ରକ ଏବଂ ବାଲେଶ୍ୱର ପ୍ରଭୃତି ଉପକୂଳବର୍ତୀ ଜିଲ୍ଲାରେ ସମୁଦ୍ର ପତନ ବୃଦ୍ଧି ପାଇବାର ସମ୍ଭାବନା ରହିଥିବା ସେ କହିଛନ୍ତି।

ପ୍ରବଳ ବର୍ଷା ବଙ୍ଗୋପ ସାଗର ଲଘୁଚାପ ସୋଆ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଟି-୨୦ ବିଶ୍ୱକପ୍ ଜିତିବା ପରେ ଟିମ୍ ଇଣ୍ଡିଆର ବ୍ୟସ୍ତବହୁଳ କାର୍ଯ୍ୟସୂଚୀ: ଜାଣନ୍ତୁ କେଉଁଠି ଆଉ କେବେ?

March 13, 2026

ଟ୍ରମ୍ପଙ୍କ ପାଇଁ ବଡ଼ ଝଟକା!: ଇରାକରେ ଆମେରିକୀୟ KC-135 ବିମାନ ଦୁର୍ଘଟଣାଗ୍ରସ୍ତ

March 13, 2026
Latest News

ରାଜ୍ୟସଭା ନିର୍ବାଚନରେ ​​କ୍ରସ୍ ଭୋଟିଂ ଭୟ: ୮ ବିଧାୟକଙ୍କୁ କର୍ଣ୍ଣାଟକ ପଠାଇଲା ଓଡ଼ିଶା କଂଗ୍ରେସ 

March 13, 2026

ସଂସଦରେ ECE ଜ୍ଞାନେଶ କୁମାରଙ୍କ ବିରୋଧରେ ମହାଭିଯୋଗ ନୋଟିସ: ଜାଣନ୍ତୁ ଏବେ କ’ଣ ହେବ?

March 13, 2026

ଲଞ୍ଚ ହେଲା TVS Orbiter V1 ଇଲେକ୍ଟ୍ରିକ୍ ସ୍କୁଟର: ଜାଣନ୍ତୁ ଏହାର ପରିସର ଏବଂ EMI ଯୋଜନା

March 13, 2026

ଆଜି ଆପଣଙ୍କ ଆକାଉଣ୍ଟରେ ଜମା ହେବ କିଷାନ ସମ୍ମାନ ନିଧି ଟଙ୍କା: ତୁରନ୍ତ କରନ୍ତୁ ଯାଞ୍ଚ

March 13, 2026

ଦେଶରେ କେତେ ଗ୍ୟାସ ସିଲିଣ୍ଡର ମହଜୁଦ ଅଛି?: LPG ସଙ୍କଟ ମଧ୍ୟରେ ଜାଣନ୍ତୁ ସଂଖ୍ୟା 

March 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.