ଆଜି ରାଜ୍ୟରେ ପ୍ରାଣ ହରାଇଲେ ଆଉ ୬ ଆକ୍ରାନ୍ତ: ମୋଟ ସଂଖ୍ୟା ୮ ହଜାର ୮୪ କୁ ବୃଦ୍ଧି

Published: Sep 10, 2021, 11:04 am IST

ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୮୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

ଆଜି ଅନୁଗୁଳ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି। ତେବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୧୫ ହଜାର ୮୩ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୯ ଲକ୍ଷ ୯୯ ହଜାର ୮୫୯ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୭ ହଜାର ୮୭ ଜଣ। ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୮ ହଜାର ୮୪ କୁ ବୃଦ୍ଧି ହୋଇଛି।

Related posts